ଥୋଡ଼ ଧାନ ପାଇଁ ପବନ ଶତ୍ରୁ

କୁଜଙ୍ଗ,୨୪ା୧୦(ଡି.ଏନ.ଏ.):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇଥିଲେ ବି ଓଡ଼ିଶା ଉପକୂଳ ଜଗତ୍‌ସିଂହପୁର ଜିଲାକୁ ବାତ୍ୟା ଭୟ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲେ ବି ଚାଷୀକୁଳ ଭୟଭୀତ ଅବସ୍ଥାରେ ଅଛନ୍ତି। କୁଜଙ୍ଗ ବ୍ଲକରେ ପ୍ରାୟ ୧୪ ହଜାର ହେକ୍ଟରରୁ ଊର୍ଦ୍ଧ୍ୱ ଜମିରେ ଧାନଚାଷ ହୋଇଥିଲା ବେଳେ ସେଥିମଧ୍ୟରୁ ଅଧା ଢିପ ଓ ଅଧା ଖାଲ ଜମି ରହିଛି। ରବିବାର ଆକାଶ ମେଘାଚ୍ଛନ୍ନ ଥିବାବେଳେ ସମୟେ ସମୟେ ହାଲୁକା ପବନ ବହୁଛି। ସାଧାରଣତଃ ଖାଲ ଜମିରେ ଲମ୍ବା କିସମର ଧାନ ଚାଷ ହୋଇଥିବା ବେଳେ ଢିପ ଜମିରେ ଛୋଟଧାନ ଚାଷ ହୋଇଥାଏ। ବର୍ତ୍ତମାନ ଖାଲ ଜମିରେ ଚାଷ ହୋଇଥିବା ଧାନ ଥୋଡ଼ ବାହାରି ଥିବାବେଳେ ଢିପ ଜମିର ଧାନ ପେଟ ଥୋଡ ନେଇଛି। ଯଦି ୩୦ରୁ ୩୫ କିଲୋମିଟର ବେଗରେ ପବନ ବହେ, ତେବେ ଖାଲ ଜମି ଧାନ ପାଣିରେ ପଡିଯିବ। ଅନ୍ୟପକ୍ଷରେ ପେଟ ଥୋଡ଼ ଧରିଥିବା ଢିପ ଜମିର ଧାନ ପବନରେ ଖୋଲି ହୋଇଯିବ। ଫଳରେ ସମସ୍ତ ଧାନ ଅଗାଡି ହୋଇଯିବ। ତେଣୁ ଚାଷୀକୁଳ ଭୟଭୀତ ଅବସ୍ଥାରେ ଅଛନ୍ତି। ଗୋଟେ ପଟେ ଗତବର୍ଷ ଲଘୁଚାପ ଜନିତ ବର୍ଷା ଯୋଗୁ ପାଚିଲା ଧାନ ପାଣିରେ ପଡି ନଷ୍ଟ ହୋଇଯିବାରୁ ଚାଷୀମାନେ ହତାଶ ହୋଇପଡିଥିଲେ। ଚଳିତବର୍ଷ ଧାରକରଜ କରି ଚାଷୀମାନେ ଚାଷ କରିଥିଲେ। ଯଦି ଚଳିତ ବାତ୍ୟା ପ୍ରଭାବରେ ପବନ ବହେ ଚାଷୀମାନଙ୍କ ମେରୁଦଣ୍ଡ ଭାଙ୍ଗିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri