ବାତ୍ୟା ମୋନ୍ଥା ପ୍ରଭାବରେ ବଢୁଛି ପବନର ବେଗ, ବାତ୍ୟା ଆଶ୍ରୟସ୍ଥଳି ଅନୁଧ୍ୟାନ କରିବା ପରେ ବିଧାୟକ କହିଲେ…

ଗଞ୍ଜାମ,୨୮।୧୦(ବିଦ୍ୟାଧର ସାହୁ ): ଆଉ କିଛି ଘଣ୍ଟା ପରେ ସ୍ଥଳ ଭାଗ ଛୁଇଁବ ସାମୁଦ୍ରିକ ବାତ୍ୟା ମୋନ୍ଥା । ଏହି ସାମୁଦ୍ରିକ ବାତ୍ୟା ମୋନ୍ଥା ପ୍ରଭାବରେ ଗଞ୍ଜାମ ବ୍ଲକ ଅଞ୍ଚଳରେ ଲାଗି ରହିଛି ବର୍ଷା । ବେଳକୁ ବେଳ ପବନର ବେଗ ମଧ୍ୟ ବଢୁଥିବା ଜଣାପଡିଛି । ଏହି ବାତ୍ୟାକୁ ମୁକାବିଲା ଲାଗି ବ୍ଲକ, ତହସିଲଦାର ଓ ପୋଲିସ ପ୍ରଶାସନ ସମ୍ପୂଣ୍ଣର୍ର୍ ପ୍ରସ୍ତୁତ ଥିବା କୁହାଯାଇଛି । ମଙ୍ଗଳବାର ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଏହି ବ୍ଲକ କୋଷ୍ଟାଲ ଏରିଆ ତଥା ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ପାଳିବନ୍ଧ ପଞ୍ଚଯାତ ପୋଡ଼ମପେଟା ଗ୍ରାମକୁ ଯାଇ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ବୁଲି ବାତ୍ୟା ପରିସ୍ଥିତି ଅନୁଧ୍ୟାନ କରିବା ସହ ସେଠାକାର ସ୍ଥାନୀୟ ମତ୍ସ୍ୟଜୀବୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ବାତ୍ୟା ପାଇଁ ଅଧର୍ଯ୍ୟ ନ ହୋଇ ସଠିକ ମୁକାବିଲା କରିବାକୁ ବିଧାୟକ ଆହ୍ବାନ ଦେଇଛନ୍ତି। ଜରୁରୀକାଳୀନ ପରିସ୍ଥିତିରେ ଅତ୍ୟାବଶ୍ୟକ ଜିନିଷ ଓ ଖାଦ୍ୟ ପଦାର୍ଥ ମହଜୁଦ ରଖିବାକୁ ପ୍ରଶାସନିକ ଅଧିକାରୀଙ୍କୁ ବିଧାୟକ ନାୟକ ପରାମର୍ଶ ଦେଇଛନ୍ତି। ଅନ୍ୟପଟେ ଅଧିକ ବର୍ଷା କିମ୍ବା ପବନ ହେଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିବାକୁ କ’ଣ ପଦକ୍ଷେପ ନିଆଯାଇଛି ତାହା ପ୍ରଶାସନ ସହ ବିଧାୟକ ନାୟକ ଆଲୋଚନା କରିଥିଲେ । ବିଧାୟକଙ୍କ ବାତ୍ୟା ସ୍ଥିତି ଅନୁଧ୍ୟାନ ବେଳେ ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ଓ ଅନ୍ୟାନ୍ୟ ସରକାରୀ କର୍ମଚାରୀ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri