ବିଆଇପିଏଫ୍‌ ପକ୍ଷରୁ ପିଜିଡିଏସ୍‌-୨୩ର ବିଜେତା ସମ୍ମାନିତ

ଭୁବନେଶ୍ୱର,୫।୭ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଉଚ୍ଚ ଶିକ୍ଷା ନିମନ୍ତେ ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ୍‌ (ବିଆଇପିଏଫ୍‌) ପକ୍ଷରୁ ଇଞ୍ଜିନିୟରିଂ, ମେଡିସିନ ଏବଂ ଲିବରାଲ ଆର୍ଟସ୍‌ କ୍ଷେତ୍ରରେ ପେସାଦାର ଡିଗ୍ରୀ ହାସଲ ପାଇଁ ୬ ଜଣ ଯୋଗ୍ୟ ଛାତ୍ରୀଛାତ୍ରଙ୍କୁ ପ୍ରଫେସର ଘନଶ୍ୟାମ ଦାଶ ଛାତ୍ରବୃତ୍ତି (ପିଜିଡିଏସ୍‌-୨୦୨୩) ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଇଣ୍ଡିଆନ୍‌ ମେଟାଲ୍ସ ଆଣ୍ଡ ଫେରୋ ଆଲୟେଜ୍‌ ବା ଇମ୍ଫାର ସାମାଜିକ ବିକାଶ ସଂସ୍ଥା ବିଆଇପିଏଫ୍‌ ପକ୍ଷରୁ ଉଚ୍ଚଶିକ୍ଷା ନିମନ୍ତେ ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ଚୟନ ହୋଇଥିବା କୃତୀ ଛାତ୍ରୀଛାତ୍ରମାନଙ୍କୁ ପିଜିଡିଏସ୍‌ ସମ୍ମାନରେ ସମ୍ମାନିତ କରାଯାଇଛି। ଏପରିକି ପ୍ରତି ବର୍ଷ ୬ଜଣ ମେଧାବୀ ଛାତ୍ରୀଛାତ୍ରମାନଙ୍କୁ (ଓଡ଼ିଶାର ବାସିନ୍ଦା) ଏହି ବୃତ୍ତି ପ୍ରଦାନ କରାଯାଇଥାଏ। ଅପରପକ୍ଷରେ ପିଜିଡିଏସ୍‌ର ୧୯ତମ ସଂସ୍କରଣରେ ଇଞ୍ଜିନିୟରିଂ ପାଠ୍ୟକ୍ରମ ପାଇଁ ୪ ଜଣ କେ.ଭି.ଏମ୍‌ .ପ୍ରସନ୍ନ କୁମାର ( ଆଇଆଇଆଇଟି , ଧାରୱାଡ଼), ପ୍ରିୟାଂଶୁ ପଣ୍ଡା (ଆଇଆଇଟି, ମାଡ୍ରାସ୍‌), ହିମାଂଶୁ ଶେଖର ପାତ୍ର (ଆଇଜିଆଇଟି ସାରଙ୍ଗ), ପ୍ରିୟଙ୍କା ଦଳାଇ (ଦୀନଦୟାଲ ଉପାଧ୍ୟୟ କଲେଜ) ଏବଂ ମେଡିସିନ ପାଠ୍ୟକ୍ରମ ପାଇଁ ପ୍ରୟାସ ରାଉତ (ଭୁବନେଶ୍ୱର ଏମ୍ସ) ଓ ଅଭିପ୍ସା ଚୌଧୁରୀ (ଭୁବନେଶ୍ୱର ଏମ୍ସ)ଙ୍କୁ ଏହି ଛାତ୍ରବୃତ୍ତିି ପ୍ରଦାନ କରାଯାଇଥିଲା।
ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ବର୍ଦ୍ଧନା ଉତ୍ସବରେ ଭୁବନେଶ୍ୱର ଏମ୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ସିଇଓ ପ୍ରଫେସର ଡା. ଆଶୁତୋଷ ବିଶ୍ୱାସ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲାବେଳେ ବିଆଇପିଏଫ୍‌ର ଟ୍ରଷ୍ଟି ତଥା ସିଇଓ ଶୈଫାଳିକା ପଣ୍ଡା ଏବଂ ଇମ୍ପାର ଏମଡି ଶୁଭ୍ରକାନ୍ତ ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଛାତ୍ରବୃତ୍ତି ପାଇଥିବା କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ମାନିତ କରିଥିଲେ। ସେହିପରି ଏହି ବୃତ୍ତି ଅନ୍ତର୍ଗତ ଏକାଡେମିକ୍‌ ଫିର ୯୦% ଓ ୪ବର୍ଷ ମଧ୍ୟରେ ହେବାକୁ ଥିବା ଅନ୍ୟ ଖର୍ଚ୍ଚକୁ ମିଶାଇ ପ୍ରତ୍ୟେକ ବୃତ୍ତିଧାରୀଙ୍କୁ ୬ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ଆର୍ଥିକ ସହାୟତା ବ୍ୟତୀତ ବୃତ୍ତିଧାରୀମାନେ ବିଆଇପିଏଫ୍‌ ଦ୍ୱାରା ପରିଚାଳିତ ଏକ ସ୍ବତନ୍ତ୍ର ମେଣ୍ଟରଶିପ୍‌ କାର୍ଯ୍ୟକ୍ରମ ‘ଉତ୍ସାହ’ପାଇଁ ମଧ୍ୟ ଯୋଗ୍ୟ ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri