୬୭ ତମ ଚଳଚ୍ଚିତ୍ର ପୁରସ୍କାର ଗ୍ରହଣ କଲେ ବିଜେତା

ନୂଆଦିଲ୍ଲୀ,୨୫।୧୦: ୬୭ ତମ ଚଳଚ୍ଚିତ୍ର ପୁରସ୍କାର ସୋମବାର ପ୍ରଦାନ କରାଯାଇଛି। ଆଜି ସକାଳ ୧୧ ଟାରେ ଭିଗାନ ଭବନରେ ପୁରସ୍କାର ବିତରଣ ସମାରୋହରେ ବିଜେତାମାନଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୯ରେ ନିର୍ମିତ ଚଳଚ୍ଚିତ୍ର ପାଇଁ ଏହି ପୁରସ୍କାର ଦିଆଯାଉଛି। ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ ହାତରୁ ବିଜେତାମାନଙ୍କୁ ପୁରସ୍କାର ଦିଆଯାଇଥିଲା। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଫିଲ୍ମ ‘ଛିଛୋରେ’ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ପାଇଛି। ମନୋଜ ବାଜପେୟୀ ଶ୍ରେଷ୍ଠ ଅଭିନେତା ପୁରସ୍କାର ଏବଂ କଙ୍ଗନା ରାନାୱତ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପାଇଲେ। କଙ୍ଗନା ଚତୁର୍ଥ ଥର ପାଇଁ ଜାତୀୟ ପୁରସ୍କାର ପାଇଛନ୍ତି। ଏଥି ସହିତ ମନୋଜ ବାଜପେୟୀଙ୍କ ସହ ଧନୁଷ ମଧ୍ୟ ଶ୍ରେଷ୍ଠ ଅଭିନେତା ପୁରସ୍କାର ମଧ୍ୟ ପାଇଛନ୍ତି।
‘ମଣିକର୍ଣ୍ଣିକା’ ଏବଂ ‘ପଙ୍ଗା’ ଫିଲ୍ମ ପାଇଁ କଙ୍ଗନା ରାନାୱତଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏହା ବ୍ୟତୀତ ଅକ୍ଷୟ କୁମାରଙ୍କ ଫିଲ୍ମ ‘କେଶରୀ’ରୁ ତେରୀ ମିଟ୍ଟି ଗୀତ ପାଇଁ ପ୍ରାକ ଶ୍ରେଷ୍ଠ ପୁରୁଷ ପ୍ଲେକ ସିଙ୍ଗର ପୁରସ୍କାର ପାଇବେ। ସୁପରଷ୍ଟାର ରଜନୀକାନ୍ତଙ୍କୁ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯାଇଛି।
୬୭ ତମ ଜାତୀୟ ଫିଲ୍ମ ପୁରସ୍କାରର ଜୁରି ୨୨ ମାର୍ଚ୍ଚ ୨୦୨୧ରେ ୨୦୧୯ ବର୍ଷ ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରିଛି। ମୋଷ୍ଟ ଫିଲ୍ମ ଫ୍ରେଣ୍ଡଲି ଷ୍ଟେଟ ପାଇଁ ସିକ୍କିମ ପୁରସ୍କାର ଗ୍ରହଣ କରିଛି। ଅଣଫିଚର ଫିଲ୍ମ ବର୍ଗରେ ‘ଏକ ଇଞ୍ଜିନିୟର୍‌ ଡ୍ରିମ’ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ପାଇଥିବାବେଳେ ‘ମରକ୍କର-ଆରବିକ୍କାଡାଲିଣ୍ଟେ-ସିମ୍ହମ’ ଶ୍ରେଷ୍ଠ ଚିଚର ଫିଲ୍ମ ପୁରସ୍କାର ପାଇଥିଲା। ‘ମହର୍ଷି’କୁ ଶ୍ରେଷ୍ଠ ଲୋକପ୍ରିୟ ଫିଲ୍ମ ପାଇଁ ପୁରସ୍କାର ପ୍ରଦାନ କରାଯାଇଥିବାବେଳେ ଆନନ୍ଦୀ ଗୋପାଳଙ୍କୁ ସାମାଜିକ ପ୍ରସଙ୍ଗରେ ଶ୍ରେଷ୍ଠ ଫିଲ୍ମ ନିର୍ମାଣ ପାଇଁ ପୁରସ୍କାର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri