ଦାରିଙ୍ଗବାଡ଼ିରେ ବଢ଼ିଲା ଶୀତ, ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ

ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ବର୍ଷର ପ୍ରଥମ ଶୀତ ଅନୁଭୁତ ହୋଇଛି। ମଙ୍ଗଳବାର ସକାଳ ୮ଟାରେ ସର୍ବନିମ୍ନ ତାପମାତ୍ରା ୯ଡିଗ୍ରୀ ରହିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଗତ କିଛି ଦିନ ହେଲା ପାଗ ମେଘୁଆ ରହିବା ସହ ଘନ କୁହୁଡ଼ି ଆଚ୍ଛାଦିତ ହୋଇ ରହୁଥିଲା। କନ୍ତୁ ମଙ୍ଗଳବାର ସକାଳୁ ପାଗ ଶୁଖିଲା ରହିବା ସହ ଘନ କୁହୁଡ଼ି ସହ ଶୀତ ବୃଦ୍ଧି ପାଇଛି । ଘନ କୁହୁଡ଼ିରେ ଦାରିଙ୍ଗବାଡ଼ିର ପର୍ଯ୍ୟଟନକେନ୍ଦ୍ର କଫି ବଗିଚା ସମେତ ପାଇନ ବଣ, ମିଡ଼ିୟୁବାନ୍ଦା ଜଳପ୍ରପାତ, ଲଭର୍ସ ପଏଣ୍ଟ, ନେଚରପାର୍କ, ସାଇଲେଣ୍ଟ ଭ୍ୟାଲି ଆଦି ସ୍ଥାନ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଛି । ତେବେ ପାର୍କ ସମେତ ସମସ୍ତ ପର୍ଯ୍ୟଟନକେନ୍ଦ୍ରକୁ ପର୍ଯ୍ୟଟକଙ୍କୁ କରୋନା କଟକଣା ଯୋଗୁ ବାରଣ ରହିଥିବାରୁ ପର୍ଯ୍ୟଟକ ଏହି ସୌନ୍ଦର୍ଯ୍ୟ ଉପଭୋଗ କରିବାରୁ ବଞ୍ଚିତ ହୋଇଛନ୍ତି ।
ସୂଚନାଯୋଗ୍ୟ, ଚଳିତ ବର୍ଷ ଦାରିଙ୍ଗବାଡ଼ିରେ ଶୀତ ଆସିବା ବିଳମ୍ବ ହେବା ସହ ତାପମାତ୍ରା ୧୫ ଡିଗ୍ରୀରୁ ଖସୁ ନଥିଲା । ସୋମବାର ୧୨.୫ ଡିଗ୍ରୀ ସହ ଏହା ମଙ୍ଗଳବାର ଆହୁରି ହ୍ରାସ ପାଇ ୧୦ଡିଗ୍ରୀ ତଳକୁ ପାରଦ ଖସିଛି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri