କମିଲା ଶୀତ, ବଢ଼ିଲା କୁହୁଡ଼ି

ଭୁବନେଶ୍ୱର, ୨୫।୧୨(ଅସମାପିକା ସାହୁ): ରାଜ୍ୟରେ ଏବେ ଥଣ୍ଡା ସାମାନ୍ୟ କମିଛି। ଏଥିସହ ରାତ୍ର ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହୋଇଛି। ପ୍ରାୟ ସପ୍ତାହେ ଧରି ୧୦ରୁ ଊର୍ଦ୍ଧ୍ୱ ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ବା ଏହା ତଳକୁ ରହିଥିବା ବେଳେ ଶନିବାର ରାତିରେ ଏଥିରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟର ୮ଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳେ ଥିବା ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, କୋରାପୁଟରେ ସର୍ବନିମ୍ନ ରାତ୍ରି ତାପମାତ୍ରା ୬.୬ ଡିଗ୍ରୀ ରହିଥିଲା। ସେହିପରି ଦାରିଙ୍ଗବାଡ଼ିରେ ୭, ଜି. ଉଦୟଗିରି ୭.୪, କେନ୍ଦୁଝର ୮.୮, ସୁନ୍ଦରଗଡ଼ ୯, କିରେଇ ୯.୪, ଫୁଲବାଣୀ ୯.୫ ଓ ସିମିଳିଗୁଡ଼ାରେ ୯.୬ ଡିଗ୍ରୀ ରେକର୍ଡ କରାଯାଇଥିଲା। କଟକ ଓ ଭୁବନେଶ୍ୱରରେ ମଧ୍ୟ ରାତ୍ର ତାପମାତ୍ରାରେ ବୃଦ୍ଧି ଘଟିଛି। ତିନିଦିନ ତଳେ ଏହି ଦୁଇ ସହରର ସର୍ବନିମ୍ନ ରାତ୍ର ତାପମାତ୍ରା ୧୨ ଡିଗ୍ରୀ ପାଖାପାଖି ଥିବା ବେଳେ ଶନିବାର ରାତିରେ କଟକରେ ସର୍ବନିମ୍ନ ତାପମାତ୍ରା ୧୫.୧ ଏବଂ ଭୁବନେଶ୍ୱରରେ ୧୬ ଡିଗ୍ରୀ ରହିଥିଲା। ଅନ୍ୟପକ୍ଷରେ ଶୀତ କମିଥିବାବେଳେ କୁହୁଡ଼ି ବଢ଼ିଯାଇଛି। ରବିବାର ଭୋର୍‌ରୁ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ରାଉରକେଲାରେ ଅତି ଘନ କୁହୁଡ଼ି, କୋରାପୁଟ, ନୟାଗଡ଼, ଫୁଲବାଣୀ, ବଲାଙ୍ଗୀର, ଟିଟିଲାଗଡ଼ରେ ଘନ କୁହୁଡ଼ି ଏବଂ ଭବାନୀପାଟଣା, ସୁନ୍ଦରଗଡ଼, ସୋନପୁର ଓ କେନ୍ଦୁଝରରେ ମଧ୍ୟମ ଧରଣର କୁହୁଡ଼ି ପଡ଼ିଥିଲା। ରାଉରକେଲାରେ ୪୦ ମିଟର ପରେ ଆଉ କିଛି ଦେଖାଯାଉ ନ ଥିଲା। ସେହିପରି କୋରାପୁଟରେ ୫୦ ମିଟର ପରେ କିଛି ଦୃଶ୍ୟମାନ ହେଉ ନ ଥିବାବେଳେ ନୟାଗଡ଼ରେ ୬୦, ଫୁଲବାଣୀରେ ୭୦, ବଲାଙ୍ଗୀରରେ ୯୦, ଟିଟିଲାଗଡ଼ରେ ୧୦୦ ଓ ଭବାନୀପାଟଣାରେ ୨୦୦ ମିଟର ପରେ କିଛି ଦୃଶ୍ୟମାନ ହେଉ ନ ଥିଲା ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସୋମବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବ। କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବଲାଙ୍ଗୀର, ବୌଦ୍ଧ, ସୋନପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀର କିଛି ସ୍ଥାନରେ ଘନ କୁହୁଡ଼ି ଦେଖାଦେବ। ତେଣୁ ଏସବୁ ଜିଲାକୁ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି: ଚିଠି କରି କାମ ସାରିଦେଲେ…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri