ଶୀତ ବଢୁଛି, ପର୍ଯ୍ୟଟକଙ୍କ ସୁଅ ଛୁଟୁଛି

ଦାରିଙ୍ଗବାଡି,୧୭ା୧୧(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। ତାପମାତ୍ରା ହ୍ରାସ ପାଇବା ସହ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଲଘୁଚାପ ବର୍ଷା ସମ୍ପୂର୍ଣ୍ଣ ଛାଡିଯାଇଛି। ଏବେ ଦିନରେ ଖରା ହେବା ସହ ଅପରାହ୍ନରୁ ଆରମ୍ଭ ହେଇଯାଉଛି ଶୀତ। ଏଥିସହ ସୁଲୁସୁଲିଆ ପବନ ବୋହୁଛି। ଫଳରେ ଶୀତର ପ୍ରକୋପ ଦ୍ବିଗୁଣିତ ହେଇଯାଉଛି। ଉକ୍ତ ବ୍ଲକର ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରା ୧୦ଡିଗ୍ରୀ ତଳେ ପାରଦ ରହୁଛି। ହଠାତ ଶୀତର ପ୍ରକୋପ ବୃଦ୍ଧି ଯୋଗୁଁ ଲୋକେ ନିଆଁ ଲଗାଇ ଶୀତର ଦାଉରୁ ନିଜକୁ ଉଷୁମ କରୁଛନ୍ତି। ଶୀତର ମଜା ନେବାକୁ ଦେଶ ବିଦେଶରୁ ପର୍ଯ୍ୟଟକଙ୍କ ଦାରିଙ୍ଗବାଡି ଆସିବା ଆରମ୍ଭ ହୋଇଗଲାଣି। ବିଶେଷ କରି ପଶ୍ଚିମବଙ୍ଗରୁ ପର୍ଯ୍ୟଟକ ଆସୁଥିବା ବେଳେ କେରଳ, ଚେନାଇ, ମହାରାଷ୍ଟ୍ର ଆଦି ରାଜ୍ୟରୁ ପର୍ଯ୍ୟଟକ ଦାରିଙ୍ଗବାଡିରେ ରାତ୍ରିଯାପନ କରି ଶୀତର ମଜା ନେଉଛନ୍ତି। ହିଲଭିୟୁ ପାର୍କ ସମେତ କଫିବଗିଚା, ଶିଶୁ ଉଦ୍ୟାନ, ଡୁଲୁରୀ ପାଇନବଣ, ଲଭର୍ସ ପଏଣ୍ଟ, ପାଟାବାନ୍ଧା ଜଳପ୍ରପାତ, ଋଷିମାଳ, ଯୋଗୀ ମଠ ଆଦି ପର୍ଯ୍ୟଟନକ୍ଷେତ୍ରରେ ପର୍ଯ୍ୟଟକମାନେ ଭିଡ଼ ଜମାଇଲେଣି। ସେହିପରି ସମସ୍ତ ପଞ୍ଚାୟତ କାର୍ଯ୍ୟାଳୟରେ ରାତ୍ରୀ ଆଶ୍ରୟସ୍ଥଳ ଖୋଲିବାକୁ ସ୍ଥାନୀୟ ବିଡ଼ିଓ ଗଦାଧର ପାତ୍ର ନିର୍ଦ୍ଦେଶ ଦେଇଛନ୍ତି। କୌଣସି ଅସହାୟ ଲୋକଙ୍କୁ ଦେଖିଲେ ସେମାନଙ୍କୁ ଆଶ୍ରୟ ସ୍ଥଳରେ ଆଶ୍ରୟ ଦେବାକୁ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ବିଡ଼ିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?