ଆଗୁଆ ଶେଷ ହେଲା ଶୀତ ଅଧିବେଶନ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ନିର୍ଦ୍ଧାରିତ ସମୟର ୨୫ଟି କାର୍ଯ୍ୟଦିବସ ଥାଇ ଶୁକ୍ରବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଚଳିତ ଅଧିବେଶନରେ ନିର୍ଦ୍ଧାରିତ ୩୩ଟି କାର୍ଯ୍ୟଦିବସ ବଦଳରେ ମାତ୍ର ୮ଟି କାର୍ଯ୍ୟଦିବସ ହୋଇପାରିଛି। ମୁଖ୍ୟ ବିରୋଧୀ ଦଳ ଭାଜପା ସଦସ୍ୟଙ୍କ ଅନୁପସ୍ଥିତିରେ ଶୀତ ଅଧିବେଶନକୁ ବନ୍ଦ ପାଇଁ ଶାସକ ଦଳର ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିଛନ୍ତି। ଭାଜପା ସଦସ୍ୟଙ୍କ ଅନୁପସ୍ଥିତିରେ ଅପରାହ୍ନରେ ଗୃହରେ ବ୍ୟୟମଞ୍ଜୁରୀ ବିଲ୍‌ ଗୃହୀତ ହେବା ପରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଶୀତ ଅଧିବେଶନ ଶେଷ କରିବାକୁ ବିଧିବଦ୍ଧ ପ୍ରସ୍ତାବ ଦେଇଥିଲେ। ଶାସକ ଦଳ ବିଧାୟକମାନେ ଏହାକୁ ସମର୍ଥନ କରିଥିଲେ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ଉକ୍ତ ପ୍ରସ୍ତାବକୁ ଗୃହୀତ କରି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି।
ବିଧାନସଭାର ଶୀତ ଅଧିବେଶନ ନଭେମ୍ବର ୨୪ରେ ଆରମ୍ଭ ହୋଇଥିଲା। ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏ ଚାଲିଥାଆନ୍ତା। ପ୍ରଥମ ଦିବସରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ ହୋଇଥିଲା। କୋଭିଡ୍‌ ପରେ ପ୍ରଥମ ଥର ଲାଗି ବିନା କଟକଣାରେ ବିଧାନସଭା ଚାଲିଥିଲା। ପଦ୍ମପୁର ଉପନିର୍ବାଚନ ଯୋଗୁ ଚଳିତ ଅଧିବେଶନରେ ଅଧାରୁ ଅଧିକ ସଦସ୍ୟ ଅନୁପସ୍ଥିତ ଥିଲେ। ଅର୍ଚ୍ଚନା ନାଗ କେଳେଙ୍କାରୀ, ଚାଷୀ ସମସ୍ୟା, ଆଇନ ଶୃଙ୍ଖଳା ଭଳି ଅନେକ ପ୍ରସଙ୍ଗକୁ ନେଇ ବିରୋଧୀ ସରକାରଙ୍କୁ ଘେରିଥିଲେ। ଚଳିତ ଅଧିବେଶନରେ ୨୦୨୨-୨୩ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଅନୁମୋଦନ କରାଯାଇଥିବା ବେଳେ ୬୨୮ ତାରକା ଓ ୧୧୯୦ ଅଣତାରକା ପ୍ରଶ୍ନ ଉପସ୍ଥାପନ କରାଯାଇଥିଲା। ସେହିପରି ୩ଟି ବିଲ୍‌, ୩ଟି ସିଏଜି ରିପୋର୍ଟ, ୩୮ଟି ପେପର ଉପସ୍ଥାପନ କରାଯାଇଥିଲା। ୩ଟି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri