Categories: ରାଜ୍ୟ

ମାସକ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ)-ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ କାର୍ଯ୍ୟସୂଚୀର ୩୦ଦିନ ପୂର୍ବରୁ ଶେଷ ହୋଇଛି। କୋଭିଡ୍‌ କଟକଣା ଭିତରେ ଗତ ୨୦ ତାରିଖରୁ ଆରମ୍ଭ ହୋଇଥିବା ଅଧିବେଶନ ମାତ୍ର ୧୦ ଦିନରେ ଶେଷ ହୋଇଛି। ୨୦୨୦-୨୧ ବର୍ଷ ପାଇଁ ୧୧,୭୦୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‌ ପାରିତ ସହ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି।