ଡିସେମ୍ବର ୧ରୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ବିଧାନସଭାର ଶୀତକାଳୀନ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍‌ ଗୃହରେ ଆଗତ ହେବ। ରବିବାର ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଜ୍ଞପ୍ତି ଅନୁଯାୟୀ, ଶୀତ ଅଧିବେଶନରେ ମୋଟ ୨୬ଟି କାର୍ଯ୍ୟଦିବସ ରହିଛି। ଏଥିରେ ଡିସେମ୍ବର ୧୦ ତାରିଖରେ ଅତିରିକ୍ତ ବଜେଟ୍‌ ଗୃହୀତ ପାଇଁ ବ୍ୟୟ ମଞ୍ଜୁରୀ ବିଲ୍‌ ଆଗତ କରାଯିବ। ତେବେ ଡିସେମ୍ବର ୧୧ରୁ ୩୧ ପର୍ଯ୍ୟନ୍ତ ଗୃହର ଅଧିବେଶନରେ କି କାର୍ଯ୍ୟକ୍ରମ ହେବ ତାହା ସ୍ଥିରୀକୃତ
ହୋଇନାହିଁ। କେବଳ ଅଫିସିଆଲ ବିଜ୍‌ନେସ ଓ ପ୍ରାଇଭେଟ ମେମ୍ବର୍ସ ବିଜ୍‌ନେସ୍‌ ଭାବେ ଉଲ୍ଲେଖ ରହିଛି। ଡିସେମ୍ବର ୨୫ ଏବଂ ୨୬ ତାରିଖ ଛୁଟି ରହିବ। ୪ଟି ରବିବାର ସହ ବଡ଼ଦିନ ଅର୍ଥାତ୍‌ ୫ଟି ଛୁଟି ଦିବସ ରହିବ । ଏହି ଅଧିବେଶନରେ ମୁଖ୍ୟତଃ ମମିତା ମେହେର ହତ୍ୟାକାଣ୍ଡ, ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ, ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟ ଏବଂ ମଣ୍ଡି ସମସ୍ୟା ଆଦି ପ୍ରସଙ୍ଗ ଗୃହକୁ ସରଗରମ କରିବ। ପଞ୍ଚାୟତ ନିର୍ବାଚନ ପୂର୍ବରୁ ଶେଷଥର ପାଇଁ ଅଧିବେଶନ ବସୁଥିବାରୁ ଉଭୟ ଶାସକ ଓ ବିରୋଧୀ ନିଜ ରଣନୀତି ମାଧ୍ୟମରେ ଲୋକଙ୍କ ନିକଟତର ହେବାକୁ ଚେଷ୍ଟା କରିବେ। ସୂଚନାଯୋଗ୍ୟ, ବିଧାନସଭା ଅଧିବେଶନ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ୬୦ଦିନ ବସିବାର ନିୟମ ରହିଛି। ଏବେ ୨୬ ଦିନ ବାକି ରହିଥିଲା। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏନେଇ ରବିବାର ସୂଚନା ଦେବା ସହ ରାଜ୍ୟପାଳ ଏବଂ ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri