ଡିସେମ୍ବର ୧ରୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ବିଧାନସଭାର ଶୀତକାଳୀନ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍‌ ଗୃହରେ ଆଗତ ହେବ। ରବିବାର ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଜ୍ଞପ୍ତି ଅନୁଯାୟୀ, ଶୀତ ଅଧିବେଶନରେ ମୋଟ ୨୬ଟି କାର୍ଯ୍ୟଦିବସ ରହିଛି। ଏଥିରେ ଡିସେମ୍ବର ୧୦ ତାରିଖରେ ଅତିରିକ୍ତ ବଜେଟ୍‌ ଗୃହୀତ ପାଇଁ ବ୍ୟୟ ମଞ୍ଜୁରୀ ବିଲ୍‌ ଆଗତ କରାଯିବ। ତେବେ ଡିସେମ୍ବର ୧୧ରୁ ୩୧ ପର୍ଯ୍ୟନ୍ତ ଗୃହର ଅଧିବେଶନରେ କି କାର୍ଯ୍ୟକ୍ରମ ହେବ ତାହା ସ୍ଥିରୀକୃତ
ହୋଇନାହିଁ। କେବଳ ଅଫିସିଆଲ ବିଜ୍‌ନେସ ଓ ପ୍ରାଇଭେଟ ମେମ୍ବର୍ସ ବିଜ୍‌ନେସ୍‌ ଭାବେ ଉଲ୍ଲେଖ ରହିଛି। ଡିସେମ୍ବର ୨୫ ଏବଂ ୨୬ ତାରିଖ ଛୁଟି ରହିବ। ୪ଟି ରବିବାର ସହ ବଡ଼ଦିନ ଅର୍ଥାତ୍‌ ୫ଟି ଛୁଟି ଦିବସ ରହିବ । ଏହି ଅଧିବେଶନରେ ମୁଖ୍ୟତଃ ମମିତା ମେହେର ହତ୍ୟାକାଣ୍ଡ, ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ, ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟ ଏବଂ ମଣ୍ଡି ସମସ୍ୟା ଆଦି ପ୍ରସଙ୍ଗ ଗୃହକୁ ସରଗରମ କରିବ। ପଞ୍ଚାୟତ ନିର୍ବାଚନ ପୂର୍ବରୁ ଶେଷଥର ପାଇଁ ଅଧିବେଶନ ବସୁଥିବାରୁ ଉଭୟ ଶାସକ ଓ ବିରୋଧୀ ନିଜ ରଣନୀତି ମାଧ୍ୟମରେ ଲୋକଙ୍କ ନିକଟତର ହେବାକୁ ଚେଷ୍ଟା କରିବେ। ସୂଚନାଯୋଗ୍ୟ, ବିଧାନସଭା ଅଧିବେଶନ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ୬୦ଦିନ ବସିବାର ନିୟମ ରହିଛି। ଏବେ ୨୬ ଦିନ ବାକି ରହିଥିଲା। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏନେଇ ରବିବାର ସୂଚନା ଦେବା ସହ ରାଜ୍ୟପାଳ ଏବଂ ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?