ଡିସେମ୍ବର ୧ ରୁ ୩୧ ଯାଏ ଶୀତକାଳୀନ ବିଧାନସଭା ଅଧିବେଶନ,ଦିନକୁ ୫ ଘଣ୍ଟା ଚାଲିବ ଗୃହ

ଭୁବନେଶର,୨୭।୧୧(ବ୍ୟୁରୋ): ଶୀତକାଳୀନ ବିଧାନସଭା ଅଧିବେଶନ ଆସନ୍ତା ଡିସେମ୍ବର ୧ରୁ ୩୧ ତାରିଖ ଯାଏ ଚାଲିବ। ତେବେ ଏହା ପୂର୍ବରୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସୋମବାର ସର୍ବଦଳୀୟ ବୈଠକ ବସିଥିଲା। ସର୍ବଦଳୀୟ ବୈଠକ ସରିବା ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଦିନକୁ ୫ ଘଣ୍ଟା ଗୃହ ଚାଲିବ। ସାଢେ ୧୦ ଟାରୁ ଆରମ୍ଭ ହୋଇ ୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଚାଲିବ। ଏହାପରେ ଅପରାହ୍ଣ ୪ଟାରୁ ୬ଟା ଯାଏ ଚାଲିବ।

ପ୍ରଥମ ଦିନ ବିଧାନସଭା ୧୧ଟାରେ ଆରମ୍ଭ ହେବ । ୫ଟା ବେଳେ ଅତିରିକ୍ତ ବଜେଟ୍‌ ଉପସ୍ଥାପନ ହେବ। ୯୦ ମିନିଟ୍‌ ମୁଲତବୀ ପ୍ରସ୍ତାବ ଆଲୋଚନା ହେବ । ବିରୋଧୀଙ୍କ ପାଇଁ ୫୫ ମିନିଟ୍‌ ଓ ମନ୍ତ୍ରୀଙ୍କ ଉତ୍ତର ସହ ଶାସକ ଦଳ ୩୫ ମିନିଟ୍‌ ରହିବ । ସପ୍ତାହକ ୬ ଦିନ ଭିତରେ ମୁଖ୍ୟ ବିରୋଧୀ ଦଳ ବିଜେପି ୪ ଦିନ ଓ କଂଗ୍ରେସ ୨ ଦିନ ମୁଲତବୀ ପ୍ରସ୍ତାବ ଦେଇ ପାରିବେ । କୋଭିଡ ଗାଇଡଲାଇନ ଭିତରେ ବିଧାନସଭା ବସିବ । ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ପ୍ରଶ୍ନକାଳ ସମୟରେ ହଟ୍ଟଗୋଳ ନ କରିବା ପାଇଁ ଥିବା ପ୍ରସ୍ତାବକୁ ସମସ୍ତଙ୍କୁ ଅବଗତ କରାଯାଇଛି । ଏହାକୁ ମାନିବା କି ନ ମାନିବା ଜଣେ ବିଧାୟକଙ୍କ ଆଚରଣ ଉପରେ ନିର୍ଭର କରେ । ନ ମାନିଲେ ଆଇନ ଅନୁଯାୟୀ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ବାଚସ୍ପତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲ ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri