ଡିସେମ୍ବର ୧ ରୁ ୩୧ ଯାଏ ଶୀତକାଳୀନ ବିଧାନସଭା ଅଧିବେଶନ,ଦିନକୁ ୫ ଘଣ୍ଟା ଚାଲିବ ଗୃହ

ଭୁବନେଶର,୨୭।୧୧(ବ୍ୟୁରୋ): ଶୀତକାଳୀନ ବିଧାନସଭା ଅଧିବେଶନ ଆସନ୍ତା ଡିସେମ୍ବର ୧ରୁ ୩୧ ତାରିଖ ଯାଏ ଚାଲିବ। ତେବେ ଏହା ପୂର୍ବରୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସୋମବାର ସର୍ବଦଳୀୟ ବୈଠକ ବସିଥିଲା। ସର୍ବଦଳୀୟ ବୈଠକ ସରିବା ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଦିନକୁ ୫ ଘଣ୍ଟା ଗୃହ ଚାଲିବ। ସାଢେ ୧୦ ଟାରୁ ଆରମ୍ଭ ହୋଇ ୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଚାଲିବ। ଏହାପରେ ଅପରାହ୍ଣ ୪ଟାରୁ ୬ଟା ଯାଏ ଚାଲିବ।

ପ୍ରଥମ ଦିନ ବିଧାନସଭା ୧୧ଟାରେ ଆରମ୍ଭ ହେବ । ୫ଟା ବେଳେ ଅତିରିକ୍ତ ବଜେଟ୍‌ ଉପସ୍ଥାପନ ହେବ। ୯୦ ମିନିଟ୍‌ ମୁଲତବୀ ପ୍ରସ୍ତାବ ଆଲୋଚନା ହେବ । ବିରୋଧୀଙ୍କ ପାଇଁ ୫୫ ମିନିଟ୍‌ ଓ ମନ୍ତ୍ରୀଙ୍କ ଉତ୍ତର ସହ ଶାସକ ଦଳ ୩୫ ମିନିଟ୍‌ ରହିବ । ସପ୍ତାହକ ୬ ଦିନ ଭିତରେ ମୁଖ୍ୟ ବିରୋଧୀ ଦଳ ବିଜେପି ୪ ଦିନ ଓ କଂଗ୍ରେସ ୨ ଦିନ ମୁଲତବୀ ପ୍ରସ୍ତାବ ଦେଇ ପାରିବେ । କୋଭିଡ ଗାଇଡଲାଇନ ଭିତରେ ବିଧାନସଭା ବସିବ । ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ପ୍ରଶ୍ନକାଳ ସମୟରେ ହଟ୍ଟଗୋଳ ନ କରିବା ପାଇଁ ଥିବା ପ୍ରସ୍ତାବକୁ ସମସ୍ତଙ୍କୁ ଅବଗତ କରାଯାଇଛି । ଏହାକୁ ମାନିବା କି ନ ମାନିବା ଜଣେ ବିଧାୟକଙ୍କ ଆଚରଣ ଉପରେ ନିର୍ଭର କରେ । ନ ମାନିଲେ ଆଇନ ଅନୁଯାୟୀ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ବାଚସ୍ପତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri