ଏସ୍‌ପିଙ୍କ କାର୍ଯ୍ୟାଳୟରେ ଆତ୍ମାହୁତି ଉଦ୍ୟମ କଲେ ମହିଳା

ଢେଙ୍କାନାଳ ଅଫିସ,୨୦।୪(ବ୍ୟୁରୋ): ଢେଙ୍କାନାଳ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ଜଣେ ମହିଳା ଆତ୍ମାହୁତି ଉଦ୍ୟମ କରିଥିଲେ। ସେ ହେଲେ ହିନ୍ଦୋଳ ବ୍ଲକ ବାଲିମିଥାନା ଦୁଦୁରକୋଟ ଗ୍ରାମର ଶୈଳବାଳା ସାମଲ। ଶୈଳବାଳା ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ପାଇଁ ଉଦ୍ୟମ କରୁଥିଲା ବେଳେ ମହିଳା ପୋଲିସ କର୍ମଚାରୀ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ । ଶୈଳବାଳାଙ୍କ ସ୍ବାମୀ ପବିତ୍ର ନାୟକ ଢେଙ୍କାନାଳ ରିଜର୍ଭ ପୋଲିସରେ କନଷ୍ଟେବଳ ଭାବେ କାର୍ଯ୍ୟରତ। ସ୍ବାମୀ ଦ୍ୱିତୀୟ ବିବାହ କରିବାରୁ ଶୈଳ ପ୍ରତିବାଦ କରିଥିଲା । ପବିତ୍ର ଶୈଳଙ୍କୁ ମାଡ଼ ମାରିବା ସହିତ ନିର୍ଯ୍ୟାତନା ଦେଉଥିଲେ । ଏହା ପୂର୍ବରୁ ଶୈଳ ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ତାଙ୍କୁ ନ୍ୟାୟ ମିଳି ନ ଥିଲା ବୋଲି ସେ ଅଭିଯୋଗ କରିଛନ୍ତି । ଅତିରିକ୍ତ ଏସ୍‌ପି ଶିଶୁ ରଞ୍ଜନ ମହାପାତ୍ର କହିଛନ୍ତି ତଦନ୍ତ ପରେ ଆଇନନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ

ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।…

ବାଂଲାଦେଶ ଫେରିବା ନେଇ ଶେଖ୍ ହାସିନାଙ୍କ ବଡ଼ ବୟାନ, ମୃତ୍ୟୁ ମଧ୍ୟ ଗ୍ରହଣୀୟ କିନ୍ତୁ….

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କ୍ଷମତା ଯିବା ପରଠାରୁ ଅର୍ଥାତ୍ ଅଗଷ୍ଟ ୨୦୨୪ରୁ ଭାରତରେ ରହି ଆସୁଛନ୍ତି । ସେ କହିଛନ୍ତି ଯେ, ଚଳିତ ବର୍ଷ…

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଖେମୁଣ୍ଡି କଲେଜରେ ପ୍ରବେଶ ଉତ୍ସବ, ଶୃଙ୍ଖଳା-ନୈତିକ ମୂଲ୍ୟବୋଧ ପାଇଁ ପରାମର୍ଶ

ଦିଗପହାଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ବୁଧବାର ଯୁକ୍ତ ୨ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ ଜଣାଇ “ପ୍ରବେଶ ଉତ୍ସବ–୨୦୨୬”…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ ମଙ୍ଗଳବାର କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନିଶମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri