ଗରା ବାଲ୍‌ଟି ଧରି ରାସ୍ତା ଅବରୋଧ କଲେ ମହିଳା

ଉଦଳା,୧୭ା୪(ଡି.ଏନ.ଏ.)- ଜଳକଷ୍ଟ ସମସ୍ୟାକୁ ନେଇ ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ଶାଳମୁଣ୍ଡଳି ଗ୍ରାମର ଶତାଧିକ ମହିଳା ଗରା ବାଲ୍‌ଟି ଧରି ରାସ୍ତାକୁ ଓହ୍ଲାଇଛନ୍ତି। ଏହି ଗ୍ରାମର ୮୦ରୁ ଅଧିକ ପରିବାର ଶୁଦ୍ଧ ପାନୀୟ ଜଳ ମୁନ୍ଦାଏ ପାଇଁ ଡହଳବିକଳ ହେଉଛନ୍ତି। ଗ୍ରାମରେ ୩ଟି ନଳକୂପ ଖନନ ହୋଇଥିଲେ ସୁଦ୍ଧା ସେଗୁଡ଼ିକ ଅଚଳ ହୋଇ ପଡ଼ିଛି। ଯାହାଫଳରେ ଲୋକେ ଗ୍ରାମରେ ଥିବା ଏକ ପାଣିଟାଙ୍କି ଉପରେ ନିର୍ଭର କରିଥାନ୍ତି। ପାଣିଟାଙ୍କି ମୋଟର ଏବଂ ଯନ୍ତ୍ରାଂଶକୁ କେହି ଦୁର୍ବୃତ୍ତ ଚୋରି କରି ନେଇଥିବାରୁ ୩ ଦିନ ହେବ ଗ୍ରାମବାସୀ ପାଣି ବୁନ୍ଦାଏ ପାଇପାରୁନାହାନ୍ତି। ଏନେଇ ଗ୍ରାମବାସୀ ବାରମ୍ବାର ସ୍ଥାନୀୟ ସରପଞ୍ଚ ଏବଂ ବିଡିଓଙ୍କୁ ଅବଗତ କରାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳିପାରି ନାହିଁ। ଏହାର ପ୍ରତିବାଦରେ ଶତାଧିକ ମହିଳା ହାତରେ ଗରା ବାଲ୍‌ଟି ଧରି ଉଦଳା-ଶାଳୁମୁଣ୍ଡଳି-କୁଣ୍ଡାବାଇ ରାସ୍ତା ଅବରୋଧ କରିଥିଲେ। ଦୀର୍ଘ ସମୟ ଧରି ରାସ୍ତା ଅବରୋଧ ହୋଇଥିଲେ ମଧ୍ୟ ଘଟଣାସ୍ଥଳରେ କୌଣସି ସରକାରୀ ଅଧିକାରୀ ପହଞ୍ଚି ନ ଥିଲେ। ଖବରପାଇ ୧ନଂ. ଜୋନ ଜିଲା ପରିଷଦ ସଦସ୍ୟ ଚକ୍ରଧର ସିଂ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ମହିଳାଙ୍କୁ ବୁଝାସୁଝା କରିବା ସହିତ ଘଟଣା ବାବଦରେ ବିଡିଓ ଏବଂ ଆରଡବ୍ଲ୍ୟଏସ୍‌ଏସର ଅଧିକାରୀଙ୍କୁ ଜଣାଇଥିଲେ। ପରେ ଗ୍ରାମ ନିକଟରେ ଏକ ନଳକୂପ ବସାଯିବା ପରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri