ଜିଲାପାଳଙ୍କ ଅଫିସକୁ ଧସେଇ ପଶିଲେ ମହିଳା

ଭଦ୍ରକ ଅଫିସ, ୮।୬ – ସିଏଲଏଫର ସଭାନେତ୍ରୀ ସମ୍ପାଦିକାଙ୍କୁ ମାସିକ ଭତ୍ତା, ପୋଷାକ ବାବଦରେ ବାର୍ଷିକ ଦୁଇହଜାର ଟଙ୍କା, ପରିଚୟ ପତ୍ର ପ୍ରଦାନ ଆଦି ଦାବି ନେଇ ଭଦ୍ରକ ସହରାଞ୍ଚଳର ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା ମାନେ ମଙ୍ଗଳବାର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଗେଟ ଡେଇଁ ଭିତରକୁ ଧସେଇ ପଶିଥିଲେ। ପୋଲିସ ସହ ବହୁ ସମୟ ଧରି ମହିଳା ମାନଙ୍କର ଧସ୍ତାଧସ୍ତି ପରେ ପୋଲିସ ବୁଝାଶୁଝା କରି ଗେଟ ବାହାରକୁ ମହିଳାମାନଙ୍କୁ ଆଣିଥିଲେ।
ସୂଚନା ଅନୁଯାୟୀ, ଭଦ୍ରକ ଜିଲାର ସାଳନ୍ଦୀ ସହର ସ୍ତରୀୟ ମହାସଂଘ ପକ୍ଷରୁ ବହୁ ସଂଖ୍ୟାର ମହିଳା୧୦ ଦଫା ଦାବି ନେଇ ବିଭିନ୍ନ ନାରାବାଜି ସହ ସହର ଶୋଭାଯାତ୍ରା କରି ଜିଲାପାଳଙ୍କ ଅଫିସ ଫାଟକ ଆଗରେ ପହଞ୍ଚିଥିଲେ। ଗ୍ରାମାଞ୍ଚଳରେ ପ୍ରତି ମହିଳା ଆଞ୍ଚଳିକ ମଞ୍ଚର ସଭାନେତ୍ରୀ ସମ୍ପାଦିକାଙ୍କୁ ସରକାର ମାସିକ ଭତ୍ତା ପ୍ରଦାନ କରୁଥିବା ବେଳେ ସହରାଞ୍ଚଳରେ ଦିଆଯାଉନାହିଁ। ଏନେଇ ଆଗରୁ ଜିଲାପାଳଙ୍କୁ ଏକାଧିକବାର ଲିଖିତ ଭାବେ ଜଣାଇଥିଲେ ବି କୌଣସି ସୁଫଳ ମିଳିନଥିବାରୁ ମହିଳା ମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲାପାଳଙ୍କୁ ଭେଟିବା ପାଇଁ କହିଥିଲେ। କିନ୍ତୁ ପୋଲିସ ଅନୁମତି ନ ଦେବାରୁ କାର୍ଯ୍ୟାଳୟକୁ ଧସେଇ ପଶିବା ଉଦ୍ୟମ କରିଥିଲେ। ସାଳନ୍ଦୀ ସିଏଲଏଫର ସମ୍ପାଦିକା ଜୟନ୍ତୀ ବିଶ୍ୱାଳ, ରୁକସାନା ବିବିଙ୍କ ନେତୃତ୍ୱରେ ବହୁ ସଂଖ୍ୟାର ମହିଳା ଏହି ପ୍ରତିବାଦରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri