ଠେଙ୍ଗାବାଡ଼ି ଧରି ଦେଶୀ ମଦଭାଟି ଭାଙ୍ଗିଲେ ମହିଳା, ଶୋଇ ରହିଛି ଅବକାରୀ ବିଭାଗ

ଜି.ଉଦୟଗିରି,୮ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି କକଟୀ ପଦାସାହିର ଉଦୟଜ୍ୟୋତି ମହିଳା ମହାସଂଘ ତରଫରୁ ତୃତୀୟ ଦିନରେ ମଦ ବିରୋଧୀ ଆନ୍ଦୋଳନକୁ ଉଗ୍ର ରୂପ ସହ ଜୋରଦାର କରାଯାଇଛି। ଶୋଇ ରହିଛି ଅବକାରୀ ବିଭାଗ। ମହାସଂଘ ମହିଳାମାନେ ପୂର୍ବ ଦୁଇ ଦିନରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଦେଶୀ ମଦ ପ୍ରସ୍ତୁତ ହେଉଥିବା ସ୍ଥାନରୁ ବ୍ୟାରେଲ୍‌ ବ୍ୟାରେଲ୍‌ ପୋଚ୍‌ ସହ ଲିଟର ଲିଟର ଦେଶୀ ମଦ ଜବତ କରି ନଷ୍ଟ କରିଥିବାବେଳେ ଗୁରୁବାର ସନ୍ଧ୍ୟାରେ ଏକାଧିକ ମହିଳା ହାତରେ ଠେଙ୍ଗା ବାଡ଼ି ଧରି ମାଲାସୁଙ୍ଗା ଗ୍ରାମକୁ ଯିବା ରାସ୍ତା ପାଶର୍‌ବରେ ଥିବା ଝାଉଁବଣ ଭିତରେ ମଦ ରନ୍ଧା ହେଉଥିବା ସ୍ଥାନକୁ ଯାଇ ପୋଚ୍‌, ମଦ ସହ ସମସ୍ତ ମଦ ରନ୍ଧା ପ୍ରସ୍ତୁତି ସମାଗ୍ରୀ ନଷ୍ଟ କରିଥିବା ଦେଖିବାକୁ ମିଳିଛି। ମହିଳାଙ୍କ ଆକ୍ରମଣ ଦେଖି ମଦ ରନ୍ଧା ଗୋଷ୍ଠୀ ଛତ୍ରଭଙ୍ଗ ଦେଇଛନ୍ତି। ମହିଳାମାନଙ୍କ ଦ୍ୱାରା ତିନି ଦିନରେ ଶହ ଶହ ଲିଟର ପୋଚ୍‌ ଓ ମଦ ନଷ୍ଟ କରାଯାଇଛି। ମଦ ବିରୋଧୀ ଅଭିଯାନ ବିଷୟରେ ଗଣମାଧ୍ୟମରେ ଖବର ପ୍ରସାରଣ ପରେ ମଧ୍ୟ ଅବକାରୀ ବିଭାଗ ଶୋଇ ରହିଥିବା ନେଇ ସହରରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri