ନ୍ୟାୟ ନ ପାଇ ନବୀନ ନିବାସ ସମ୍ମୁଖ ଗଛରେ ଚଢ଼ିଗଲେ ମହିଳା

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବାସ ନିକଟରେ ଥିବା ଏକ ଗଛରେ ଜଣେ ମହିଳା ଚଢ଼ିଯାଇଥିଲେ। ସେଠାରେ ଉପସ୍ଥିତ ଥିବା କମିଶନରେଟ ପୋଲିସ ଓ ଅଗ୍ନିଶମ କର୍ମଚାରୀମାନେ ତାଙ୍କୁ ବହୁ କଷ୍ଟରେ ଗଛରୁ ଉଦ୍ଧାର କରିଛନ୍ତି। ଗଛରୁ ଓହ୍ଲାଇବା ପରେ ଭଦ୍ରକ ଓ ଭୁବନେଶ୍ୱର କମିଶନରେଟ ପୋଲିସକୁ ଗାଳିଗୁଲଜ କରିବା ସହ ଏ ଜୀବନ କାହିଁକି ରଖିବି ବୋଲି ମହିଳା ଜଣକ କହୁଥାନ୍ତି।

ଖବର ନେବାରୁ ଜଣାପଡ଼ିଛି, ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ଏହି ମହିଳା ଜଣକ ଯେତେବେଳେ ନବମ ଶ୍ରେଣୀରେ ପଢୁଥିଲେ ସେତେବେଳେ ତାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିଲା। ତାଙ୍କ ଭାଇ ତାଙ୍କୁ ଉଦ୍ଧାର କରିଥିଲେ। ଏପରିକି ତାଙ୍କ ଭାଇଙ୍କୁ ହତ୍ୟା ମଧ୍ୟ କରାଯାଇଥିଲା। ଏହାର ସାକ୍ଷୀଥିଲେ ଛାତ୍ରୀ ଅବସ୍ଥାରେ ଥିବା ଏହି ମହିଳା ଜଣକ। ଏହା ପରେ ସେ ନ୍ୟାୟ ପାଇଁ ଥାନାକୁ ବାରମ୍ବାର ଯାଇଥିଲେ। ତଥାପି ତାଙ୍କୁ ନ୍ୟାୟ ମିଳି ନ ଥିଲା। ପରେ ତାଙ୍କର ବିବାହ ହୋଇଯାଇଥିଲା। କିନ୍ତୁ ସେ ଭାଇ ହତ୍ୟାର ପ୍ରତିଶୋଧ ନେବାକୁ ଚାହୁଁଥିଲେ। ମାମଲା କୋର୍ଟରେ ବିଚାରାଧୀନ ଥିବାବେଳେ ତାଙ୍କୁ ଏକ ମିଛ ମାମଲାରେ ଜେଲ୍‌ ପଠାଇ ଦେଇଥିଲେ କିଛି ଲୋକ। ସେ ଦୋଷମୁକ୍ତ ହୋଇ କୋର୍ଟରୁ ଫେରିଥିଲେ। ମାତ୍ର ଶାଶୁଘର ଲୋକେ ଆଉ ଗ୍ରହଣ କରି ନ ଥିଲେ। ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି କରି ଏଥିରେ ବି ବିଫଳ ହୋଇଥିଲେ। ଚାରିଆଡୁ ନିରାଶ ହୋଇ ସେ ନବୀନ ନିବାସଠାରେ ଥିବା ଏକ ଗଛରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri