ମହିଳାଙ୍କ ଗଳିତ ମୃତଦେହ ଜବତ: ବଡ଼ଭାଇ ଆଣିଲେ ହତ୍ୟା ଅଭିଯୋଗ

ଦାରିଙ୍ଗବାଡ଼ି,୧୫ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବୁଡ଼ାଙ୍ଗପିପିଲି ଜଙ୍ଗଲରେ ଜଣେ ମହିଳାଙ୍କ ଗଳିତ ମୃତଦେହ ମିଳିବା ଘଟଣାରେ ମୃତ ମହିଳାଙ୍କ ବଡ଼ଭାଇ ସନାତନ ପ୍ରଧାନ ହତ୍ୟା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପାଇବା ପରେ ପୋଲିସ ଏକ ହତ୍ୟା ମାମଲା (୧୮୩/୨୨)ରୁଜୁ କରି ଘଟଣାକୁ ଗୁରୁତର ସହ ନେଇଛି। ପୂର୍ବରୁ ମହିଳାଙ୍କ ସ୍ବାମୀ ପ୍ରକାଶ ପ୍ରଧାନ ତାଙ୍କ ସ୍ତ୍ରୀ ନିରୁଦ୍ଦିଷ୍ଟ ହୋଇଛନ୍ତି ବୋଲି ଥାନାରେ ଅଭିଯୋଗ କରିଥିବା ବେଳେ ଖୋଦ୍‌ ସେ ହିଁ ତାଙ୍କ ସ୍ତ୍ରୀ ସୁମିତ୍ରା ପ୍ରଧାନଙ୍କୁ ହତ୍ୟା କରିଥିବା ସୁମିତ୍ରାଙ୍କ ଭାଇ ଲିଖିତ ଅଭିଯୋଗ କରିଛନ୍ତି। କୁଆଡ଼େ ପ୍ରକାଶ ସୁମିତ୍ରାଙ୍କୁ ବିବାହ ପରଠାରୁ ଅଧିକ ଯୌତୁକ ଦାବି କରିବା ସହ ମଦ ପିଇ ସଦାବେଳେ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି।ଅଭିଯୋଗକୁ ଭିତ୍ତି କରି ପୋଲିସ ପ୍ରକାଶଙ୍କୁ ପଚରାଉଚରା ଚଳାଇଥିବା ଆଇଆଇଆସି କୌଶିକ ମାଝି କହିଛନ୍ତି। ସେହିପରି ଶନିବାର ଜଙ୍ଗଲରୁ ମୃତଦେହ ଜବତ କରାଯାଇ ବ୍ରହ୍ମପୁର ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ଆଇଆଇଆସି କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଏବଂ ସାଇଣ୍ଟିଫିକ୍‌ ଟିମ୍‌ର ଯାଞ୍ଚକୁ ନେଇ ସୁମିତ୍ରାଙ୍କ ମୃତ୍ୟୁ ରହସ୍ୟ ସମ୍ପର୍କରେ ସ୍ପଷ୍ଟ ହେବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ୟୁଜିସି ବିଲ୍‌କୁ ବିରୋଧ: ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର

ପଦ୍ମପୁର,୯।୨(ପ୍ରଦୀପ୍ତ ଦାଶ): ସାରା ଦେଶରେ ୟୁଜିସି ବିଲକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଏହାର ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ସୋମବାର ପଦ୍ମପୁର ବ୍ରାହ୍ମଣ ସମାଜ ତରଫରୁ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri