ଟିକା ନେବାର ୩ ଘଣ୍ଟା ପରେ ମହିଳାଙ୍କ ମୃତ୍ୟୁ

ଉମରକୋଟ,୨୨।୯(ସ୍ବ.ପ୍ର.): କରୋନା ଟିକା ନେବାର ୩ ଘଣ୍ଟା ପରେ ଜଣେ ଆଦିବାସୀ ମହିଳାଙ୍କ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକ ହେଲେ ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ମାଲବେଡା ଗ୍ରାମର ସୁକୁରି ଭତରା(୫୦)। ସୁକୁରି ପ୍ରଥମ ଡୋଜ୍‌ କରୋନା ଟିକା ନେବାକୁ ନିକଟସ୍ଥ ରାଜପୁର ଗ୍ରାମକୁ ଯାଇଥିଲେ। ମଙ୍ଗଳବାର ସକାଳେ ଟିକା ନେଇ ସେଠାରେ ଅଧଘଣ୍ଟା ବିଶ୍ରାମ କରି ଫେରିଥିଲେ। ଘରକୁ ଯିବା ବାଟରେ ଟିକା ପ୍ରମାଣପତ୍ର କାଢ଼ିବାକୁ ସିଂସାରୀ ଗାଁରେ ଅଟକି ଥିଲେ। ହଠାତ୍‌ ସେ ବେହୋସ୍‌ ହୋଇଯିବାରୁ ସ୍ଥାନୀୟ ଲୋକେ ତାଙ୍କୁ ସିଂସାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ଉମରକୋଟ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ମୃତଦେହକୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଟିକା ନେବା କାରଣରୁ ମୃତ୍ୟୁ ହୋଇଛି କି ନାହିଁ ବ୍ୟବଚ୍ଛେଦ ପରେ ସ୍ପଷ୍ଟ ହେବ ବୋଲି ପୂଜାରୀଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମେଡିକାଲ୍‌ ଅଫିସର ଡ. ଅଭୟ କୁମାର ଦେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri