ଦୋକାନ ଉଚ୍ଛେଦ ବେଳେ ବିଷ ପିଇଲେ ମହିଳା

ବେଗୁନିଆ,୧୮।୨(ହର ପ୍ରସନ୍ନ ପଣ୍ଡା)ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅନ୍ତର୍ଗତ କୋଚିଆଖାଲ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପ୍ରଶାସନ ପକ୍ଷରୁ ସରକାରୀ ଜମିରୁ ଦୋକାନ ଗୃହ ଉଚ୍ଛେଦ ବେଳେ ଜଣେ ମହିଳା ବିଷ ପିଇଦେଇଥିଲେ। ସେ ହେଲେ କୃଷ୍ଣଚନ୍ଦ୍ର ପାଟ୍ଟଶାଣୀଙ୍କ ସ୍ତ୍ରୀ ମିତା ପାଟଶାଣୀ। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏମ୍‌ସ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଘଟଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଉଚ୍ଛେଦ କାର୍ଯ୍ୟ ଅନିର୍ଦ୍ଦିଷ୍ଟକାଳ ପାଇଁ ସ୍ଥଗିତ ରଖାଯାଇଛି।
ପ୍ରକାଶଥାଉ କି, ବେଗୁନିଆ ତହସିଲ ଅନ୍ତର୍ଗତ କୁରୁମ(କୋଚିଆଖାଲ) ରାଜସ୍ବ ଗ୍ରାମର କୃଷ୍ଣଚନ୍ଦ୍ର ପାଟ୍ଟଶାଣୀ ସରକାରୀ ସ୍ଥାନରେ ଦୋକାନ ଗୃହ ନିର୍ମାଣ ସହ ବ୍ୟବସାୟ କରି ପରିବାର ପ୍ରତିପୋଷଣ କରୁଥିଲେ। ପରେ ସରକାରୀ ସ୍ଥାନରୁ ଜବରଦଖଲ ହଟାଇବାକୁ ଅଭିଯୋଗ ହୋଇଥିଲା। ତହସିଲ ପକ୍ଷରୁ ଜାଗା ମାପ କରାଯାଇ ଉକ୍ତ ସ୍ଥାନରୁ ଜବରଦଖଲ ହଟାଇବାକୁ କୃଷ୍ଣଚନ୍ଦ୍ରଙ୍କୁ ନୋଟିସ ଜାରି ହୋଇଥିଲା। ହେଲେ ସେ ନିର୍ଦ୍ଧାରିତ ସମୟ ମଧ୍ୟରେ ହଟାଇ ନ ଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ତହସିଲଦାର ତାପସ ବିଶି ଏବଂ ଥାନା ଅଧିକାରୀ ଜ୍ୟୋତି ପ୍ରକାଶ ପଣ୍ଡାଙ୍କ ସହିତ ଅନ୍ୟ କର୍ମଚାରୀମାନେ ଶନିବାର ପହଞ୍ଚି ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରିଥିଲେ। କୃଷ୍ଣଚନ୍ଦ୍ରଙ୍କ ପରିବାର ଉଚ୍ଛେଦ ନ କରିବା ପାଇଁ ପ୍ରଶାସନିକ ଅଧିକାରୀଙ୍କୁ ନିବେଦନ କରିଥିଲେ। ହେଲେ ପ୍ରଶାସନିକ ଅଧିକାରୀ ଉଚ୍ଛେଦ ଜାରି ରଖିଥିଲେ। ଏହି ସମୟରେ ମାନସିକ ଭାରସାମ୍ୟ ହରାଇ କୃଷ୍ଣଚନ୍ଦ୍ରଙ୍କ ସ୍ତ୍ରୀ ମିତା ପ୍ରଶାସନ ଆଗରେ ବିଷ ପିଇ ଦେଇଥିଲେ। ତାଙ୍କୁ ଏମ୍ସ ମେଡିକାଲରେ ଭର୍ତ୍ତି କରାଯାଇଛି। ଏ ସମ୍ପର୍କରେ ତହସିଲଦାର ବିଶି କହିଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଉଚ୍ଛେଦ କରାଯାଇଥିଲା। ସେଠାରେ ବିଶୃଙ୍ଖଳା ପରିସ୍ଥିତି ଉପୁଜିବାରୁ ଉଚ୍ଛେଦ କାର୍ଯ୍ୟ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri