ଗାଁକୁ ରାସ୍ତା ନାହିଁ: ଆସି ପାରିଲାନି ଆମ୍ବୁଲାନ୍ସ, ଅଧାବାଟରେ ସନ୍ତାନ ପ୍ରସବ କଲେ ମହିଳା

ଦାରିଙ୍ଗବାଡ଼ି,୨୫ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦୁର୍ଗମ ଅଞ୍ଚଳ ଭ୍ରମରବାଡ଼ିର ଲଦାଙ୍ଗି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଗର୍ଭବତୀ ମହିଳାଙ୍କ ଗର୍ଭ ଯନ୍ତ୍ରଣା ହୋଇଥିଲା। ମାତ୍ର ରାସ୍ତାର ଅବସ୍ଥା ଶୋଚନୀୟ ଯୋଗୁ ଗାଁରେ ଆମ୍ବୁଲାନ୍ସ ପହଞ୍ଚିବା ସମ୍ଭବ ନ ଥିଲା। ତେବେ ଆମ୍ବୁଲାନ୍ସ କର୍ମଚାରୀ ଅନ୍ୟ ଉପାୟ ନ ପାଇ ଗାଡ଼ି ଆଉ ଆଗକୁ ଯାଇ ପାରିବ ନାହିଁ କହି ଜଣେ ୧୦୮ ଆମ୍ବୁଲାନ୍ସ ଚାଳକ ଶିବରାମ ବଳିଆର ସିଂ ଗାଡ଼ିରୁ ଓହ୍ଲାଇ ଗ୍ରାମର କିଛି ଲୋକଙ୍କ ସହାୟତାରେ ଗର୍ଭବତୀ ମହିଳାଙ୍କ ସ୍ବାମୀ ମୃତ୍ୟୁଞ୍ଜୟଙ୍କ ସହିତ ଆମ୍ବୁଲାନ୍ସ ଷ୍ଟ୍ରେଚରରେ ବୋହି ନେଇଥିଲେ। ତେବେ ବୋହିନେବା ବେଳେ ଯନ୍ତ୍ରଣାରେ ଛଟପଟ ହୋଇ ମହିଳା ଜଣକ ଅଧାବାଟରେ ଏକ ଶିଶୁକନ୍ୟା ପ୍ରସବ କରିଥିଲେ। ପ୍ରସବ ପରେ ଉଭୟ ମା’ ଓ ଝିଅଙ୍କୁ ପୁଣି ଥରେ ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ନିକଟରେ ପହଞ୍ଚାଇ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri