Posted inଫୁରସତ

୨୧ ବର୍ଷୀୟା ମହିଳା ଜନ୍ମ ଦେଲେ ୬ କେଜି ଓଜନର କନ୍ୟା ସନ୍ତାନ

ଲଣ୍ଡନ,୧।୫: ବ୍ରିଟେନରେ ଜଣେ ୨୧ ବର୍ଷୀୟା ମହିଳା ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଶିଶୁର ଓଜନ ୬ କେଜି। ଯାହାକୁ ନେଇ ଡାକ୍ତରମାନେ ଅଶ୍ଚର୍ଯ୍ୟ ହୋଇଛନ୍ତି।

ବ୍ରିଟେନର ଅକ୍ସଫୋର୍ଡସ୍ଥିତ ଏଷ୍ଟନ ଅଞ୍ଚଳରେ ଏପରି ମାମଲା ସାମ୍ନାକୁ ଆସିଛି। ଏଠାକାର ୨୧ ବର୍ଷୀୟା ଏମ୍ବର କମ୍ବରଲ୍ୟାଣ୍ଡଙ୍କୁ ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ଡାକ୍ତର ଯେତେବେଳେ ତାଙ୍କୁ ଦେଖିଲେ ଭାବିଥିଲେ ଯାଁଳା ପିଲା ଜନ୍ମ ନେବେ। ମାତ୍ର ଅଲ୍‌ଟ୍ରାସାଉଣ୍ଡ ପରେ ଡାକ୍ତରଙ୍କ ଏହି ଭାବନା ମିଥ୍ୟା ପ୍ରମାଣିତ ହୋଇଥିଲା। ଏହି କନ୍ୟା ସନ୍ତାନ ୧୩ ପାଉଣ୍ଡ ଅର୍ଥାତ୍‌ ସାଢ଼େ ୬ କିଲୋ ଓଜନର ହୋଇଥିଲା। ଗତ ୧୬ ଏପ୍ରିଲରେ ଏମ୍ବର ଏମିଲିଆଙ୍କୁ ଜନ୍ମ ଦେଇଥିଲେ। ଏମିଲିଆ ଗର୍ଭାବସ୍ଥାରେ ହିଁ ମାତାପିତାଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଏମ୍ବର କୁହନ୍ତି ଏମିଲିଆ ପେଟ ଭିତରେ ଏତେ ବଡ଼ ହୋଇଯାଇଥିଲେ ଯେ, ସେ ଡରି ଯାଇଥିଲେ। ବର୍ତ୍ତମାନ ମା-ଝିଅଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଅଛି ବୋଲି ଡାକ୍ତର କହିଛନ୍ତି। ଅପରେଶନ ପରେ ଯେତେବେଳେ ଡାକ୍ତରମାନେ ତାଙ୍କ କୋଳରେ ଆଣି କନ୍ୟା ସନ୍ତାନକୁ ଦେଲେ ଏମ୍ବର ବହୁତ ଖୁସି ହୋଇଯାଇଥିଲେ।

ସୂଚନାଯୋଗ୍ୟ, ଏହା ପୂର୍ବରୁ ୨୦୧୨ରେ ବ୍ରିଟେନରେ ଜଣେ ଶିଶୁକନ୍ୟା ଜନ୍ମ ହୋଇଥିଲେ। ଯାହାଙ୍କ ଓଜନ ସାଢ଼େ ୬ କେଜି ଥିଲା। ସେତେବେଳେ ଏହି ଶିଶୁକନ୍ୟାଙ୍କୁ ବିଶ୍ୱରେ ସବୁଠୁ ଓଜନ ସନ୍ତାନ ବୋଲି କୁହାଯାଉଥିଲା। ବର୍ତ୍ତମାନ ଏମିଲିଆ ହେଉଛନ୍ତି ବିଶ୍ୱରେ ଦ୍ୱିତୀୟ ଓଜନିଆ ପିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri