ଯେଉଁ ଅଫିସ୍‌ରେ ସୁଇପର ଥିଲେ ଏହି ମହିଳା, ଏବେ ସମ୍ଭାଳିବେ ସେହି ଅଫିସ୍‌ର ଚୌକି

ମସ୍କୋ,୧ା୧୦: କରୋନା ସମୟରେ ଆମ ଦେଶର ବିହାର ବିଧାନସଭା ନିର୍ବାଚନକୁ ନେଇ ଜୋର୍‌ଦାର ଚର୍ଚ୍ଚା ହେଉଛି। ସେହିପରି ରୁଷିଆରେ ମଧ୍ୟ ଏକ ନିର୍ବାଚନ ଅନୁଷ୍ଠିତ ହୋଇଛି, ଯେଉଁଥିରେ ଜଣେ ମହିଳାଙ୍କ ଭାଗ୍ୟ ପରିବର୍ତ୍ତନ ହୋଇଯାଇଛି। ଯେଉଁ ଅଫିସରେ ମହିଳା ଜଣକ ଗତ ପାଞ୍ଚ ବର୍ଷ ଧରି ସୁଇପର ଭାବେ କାର୍ଯ୍ୟ କରୁଥିଲେ, ବର୍ତ୍ତମାନ ସେ ଉକ୍ତ କାର୍ଯ୍ୟାଳୟରେ ଚେୟାର ସମ୍ଭାଳିବେ। ଅର୍ଥାତ୍‌ ମୁଖ୍ୟ ପଦବୀରେ ବସିବେ।

ରୁଷିଆରେ ସ୍ଥାନୀୟ ନିର୍ବାଚନର ଆଭିମୁଖ୍ୟ ଯୋଗୁ ଏହା ସମ୍ଭବ ହୋଇଛି। ବାସ୍ତବରେ, ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦଳର ଜଣେ ପ୍ରାର୍ଥୀଙ୍କୁ ଉକ୍ତ କାର୍ଯ୍ୟାଳୟରେ ସୁଇପର ଭାବରେ କାର୍ଯ୍ୟ କରୁଥିବା ଉଦୋଡ୍‌ସ୍କାୟା ମାରିନା ନାମକ ଜଣେ ମହିଳା ହରାଇ ଦେଇଛନ୍ତି।

ବର୍ତ୍ତମାନ ନିର୍ବାଚନ ଜିତିବା ପରେ ମାରିନା ୧୫୫ କିଲୋମିଟର ପର୍ଯ୍ୟନ୍ତ ପାଓଲିକା ଜିଲାର ଦାୟିତ୍ୱ ଗ୍ରହଣ କରିବେ। ରୁଷିଆର ପାଓଲିକାରେ ଜିଲା ମୁଖ୍ୟ ନିର୍ବାଚନରେ ପୁଟିନଙ୍କ ଦଳର ପ୍ରାର୍ଥୀ ନିକୋଲାଇଙ୍କ ବିରୋଧରେ କୌଣସି ପ୍ରାର୍ଥୀ ନ ଥିଲେ। ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ପାଇଁ ନିକୋଲାଇ ତାଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ସଫେଇ କର୍ମଚାରୀ ମାରିନାଙ୍କୁ ତାଙ୍କ ବିପକ୍ଷରେ ରଖିଥିଲେ। ସେ ଜାଣି ନ ଥିଲେ ଯେ, ସଂପୃକ୍ତା ମହିଳାଙ୍କଠାରୁ ହାରିବେ ବୋଲି।

ଯେତେବେଳେ ନିର୍ବାଚନ ଫଳାଫଳ ଆସିଲା, ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ। ନିର୍ବାଚନରେ ପୁଟିନଙ୍କ ଦଳର ପ୍ରାର୍ଥୀ ନିକୋଲାଇଙ୍କୁ ୬୨% ପ୍ରତିଶତ ଭୋଟରେ ମାରିନା ପରାସ୍ତ କରିଛନ୍ତି। ବିଶେଷ କଥା ହେଉଛି ମାରିନା ଏନେଇ କୌଣସି ପ୍ରକାର ପ୍ରଚାର ମଧ୍ୟ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri