ସ୍ବାମୀଙ୍କ ମୃତ୍ୟୁକୁ ସହି ପାରିଲେନି, ହସ୍ପିଟାଲ ୱାର୍ଡ ଛାତରୁ ଡେଇଁ ପଡିଲେ ସ୍ତ୍ରୀ

ବଲାଙ୍ଗୀର ,୨୪।୪ (ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଏକ ଅଘଟଣ ଘଟଣା ଘଟିଯାଇଛି। ହସ୍ପିଟାଲ ୱାର୍ଡ ଛାତରୁ ଡେଇଁ ଜଣେ ମହିଳା ଜୀବନ ହାରିଛନ୍ତି। ମୃତ ମହିଳାଙ୍କ ନାଁ ପଦ୍ମିନୀ ବାଗ । ତାଙ୍କ ଘର ପୁଇନ୍ତଲା ଥାନା ଅନ୍ତର୍ଗତ ଡୁମେୱରବାହାଲ ଗ୍ରାମର ବୋଲି ଜଣାପଡିଛି । ସୂଚନା ଅନୁଯାୟୀ ବିଳମ୍ବିତ ରାତିରେ ତାଙ୍କ ସ୍ବାମୀ ସେବକରାମ ବାଗଙ୍କ ବଲାଙ୍ଗୀର ସୋନପୁର ଏନଏଚ ୫୭ ରଣ୍ଡା ଗାଁ ଛକରେ ଏକ ଅଟୋ ରିକ୍ସା ଧରି ରାସ୍ତାରେ ଯାଉଥିବାବେଳେ ଅଜଣା ଗାଡ଼ି ଧକ୍କା ଦେବାରୁ ଦୁର୍ଘଟଣାରେ ସେବକ ଗୁରୁତର ହୋଇପଡ଼ିଥିଲେ । ତାଙ୍କୁ ସ୍ଥାନୀୟ ଲୋକେ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ଆଣିଥିଲେ । ଚିକିତ୍ସା ଅବସ୍ଥାରେ ଶୁକ୍ରବାର ସକାଳୁ ମୃତ୍ୟୁ ଘଟିଥିଲା । ହସ୍ପିଟାଲରେ ସ୍ବାମୀଙ୍କ ମୃତଦେହ ଦେଖିବା ପରେ ସହ୍ୟ କରିନପାରି ସେବକଙ୍କ ସ୍ତ୍ରୀ ପଦ୍ମିନୀ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ଛାତରୁ ଡେଇଁ ଜୀବନ ହାରିଥିବା ସୂଚନା ମିଳିଛି। ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଦୁର୍ଘଟଣାକୁ ନେଇ ତଦନ୍ତ କରୁଥିବା ଜଣାପଡିଛି । ଉଭୟ ସ୍ବାମୀ ସ୍ତ୍ରୀଙ୍କ ମୃତଦେହକୁ ପୋଷ୍ଟମର୍ଟମ ୱାର୍ଡରେ ରଖାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri