ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ମହିଳା

ବାରିପଦା ଅଫିସ,୨।୪: ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଅଧୀନ ଇଟାମୁଣ୍ଡିଆ ଗ୍ରାମ ବନଦୁର୍ଗା ଉଚ୍ଚ ବିଦ୍ୟାଳୟର ସଫେଇ କର୍ମଚାରୀ (ସୁଇପର) ପଦବୀରେ ନିଯୁକ୍ତିକୁ ନେଇ ଶନିବାର ଉତ୍ତେଜନା ପ୍ରକାଶ ପାଇଥିଲା। ଚଞ୍ଚକତା ପୂର୍ବକ ଦାୟିତ୍ୱ ପ୍ରଦାନ କରାଯାଇଥିବା ପ୍ରତିବାଦରେ ଉତ୍ତ୍ୟକ୍ତ ମହିଳାମାନେ ବିଦ୍ୟାଳୟରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ଫଳରେ ଶିକ୍ଷକ ଓ ଛାତ୍ରୀଛାତ୍ରମାନେ ଦୀର୍ଘ ସମୟ ପର୍ଯ୍ୟନ୍ତ ଅଟକି ରହିଥିଲେ। ଖବରପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରିବା ସହ ଘଟଣାର ତଦନ୍ତ କରିବାର ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ସୂଚନା ଅନୁଯାୟୀ, ୧୯୮୯ରେ ପ୍ରତିଷ୍ଠା ହୋଇଥିବା ବନଦୁର୍ଗା ଉଚ୍ଚ ବିଦ୍ୟାଳୟରେ ୧୧୭ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟକୁ ପରିଷ୍କାର ପରିଚ୍ଛନ୍ନ ରଖିବା ପାଇଁ ବୈତରଣୀ ଏସ୍‌ଏଚ୍‌ଜି ଗ୍ରୁପର ଜଣେ ସଦସ୍ୟଙ୍କୁ ସୁଇପର ପଦବୀରେ ନିଯୁକ୍ତି ଦିଆଯାଇଥିଲା। ବିଭିନ୍ନ ଗ୍ରୁପର ସଦସ୍ୟମାନେ ଏହାକୁ ବିରୋଧ କରିବା ସହ ଅନିୟମିତତା ଦର୍ଶାଇ ଫାଟକରେ ତାଲା ପକାଇଥିଲେ। ଫଳରେ ୭ଜଣ ଶିକ୍ଷକଙ୍କ ସମେତ ଛାତ୍ରୀଛାତ୍ରମାନେ ୬ଘଣ୍ଟା ଧରି ଅଟକି ରହିଥିଲେ। ଗ୍ରୁପରେ କୌଣସି ପ୍ରସ୍ତାବ ଅଣା ନ ଯାଇ ଚଞ୍ଚକତା ପୂର୍ବକ ନିଯୁକ୍ତି ପ୍ରଦାନ କରାଯାଇଥିବା ଅଭିଯୋଗ କରିଥିଲେ। ତେବେ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଏବଂ ସଫେଇ କାର୍ଯ୍ୟ ପାଇଁ ଗୋଟିଏ ସ୍ବୟଂ ସହାୟିକା ଗୋଷ୍ଠୀକୁ ଏବେ ଦାୟିତ୍ୱ ଦିଆଯାଇଛି ା ମାତ୍ର ଭିନ୍ନ ଭିନ୍ନ କାର୍ଯ୍ୟ ପାଇଁ ଅନ୍ୟ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀକୁ କାର୍ଯ୍ୟ ଦାୟିତ୍ୱ ବଣ୍ଟନ କରିବାକୁ ମହିଳାମାନେ ଦାବି କରିଥିଲେ। ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିବ ବୋଲି ମହିଳାମାନେ ଚେତାବନୀ ଦେଇଥିଲେ। ଏହାକୁ ନେଇ ସରପଞ୍ଚ ପଞ୍ଚୁୁ ସିଂ ଓ ସମିତି ସଭ୍ୟା ପହଞ୍ଚତ୍ ବୁଝାଶୁଝା କରିବା ପରେ ମଧ୍ୟ ନିଜ ଜିଦରେ ଅଟଳ ରହିଥିଲେ। ସୂଚନାପାଇ ପୋଲିସ ପହଞ୍ଚତ୍ବା ପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?