କରୋନାକୁ ହରାଇ ପୁତ୍ର ସନ୍ତାନ ଜନ୍ମଦେଲେ ଏହି ମହିଳା

ବ୍ରହ୍ମପୁର ଅଫିସ,୮ା୮: ବର୍ତ୍ତମାନ ସମୟରେ ଗର୍ଭବତୀ ମହିଳାମାନେ ପ୍ରସବ ସମୟରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କୌଣସି ସରକାରୀ ଡାକ୍ତରଖାନାକୁ ଜରୁରିକାଳୀନ ପରିସ୍ଥିତିରେ ଚିକିତ୍ସା କିମ୍ବା ପ୍ରସବ ପାଇଁ ଗଲେ ପ୍ରଥମେ ନମୁନା ପରୀକ୍ଷା କରିବା ପାଇଁ ଧାଡ଼ିରେ ଠିଆ ହେବାକୁ ପଡୁଛି, ଯାହାକି ଅତି ଚିନ୍ତାଜନକ ବିଷୟ। କରୋନା ମହାମାରୀ ଭଳି ଭୟାନକ ପରିସ୍ଥିତିରେ ଏମିତି ଏକ ଉଦାହରଣ ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକରେ ସାମ୍ନାକୁ ଆସିଛି । ଯାହା ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଲାଞ୍ଜିଆ ପଞ୍ଚାୟତର ପଦରବାଲି ଗ୍ରାମର ଜଣେ ଗର୍ଭବତୀ ମହିଳା କୌଣସି କାରଣ ବଶତଃ ସାମାନ୍ୟ ଲକ୍ଷଣ ଦେଖାଦେବାରୁ ସ୍ଥାନୀୟ ଅଙ୍ଗନଓ୍ବାଡ଼ି କର୍ମୀ ଓ ପ୍ରଶାସନର ସହଯୋଗରେ ନମୁନା ପରୀକ୍ଷା କରାଯାଇଥିଲା ଏବଂ ପରବର୍ତ୍ତୀ ସମୟରେ ତାଙ୍କର ନମୁନା ମଧ୍ୟ ପଜିଟିଭ୍‌ ଆସିଥିଲା। ଡାକ୍ତରଙ୍କ କହିବା ଅନୁସାରେ କେବଳ ୧୦ ଦିନ ସମୟ ଥିଲା ପ୍ରସବ ପାଇଁ ଯାହାକୁ ଅତି ଗୁରୁତର ସହିତ ନେଇ ପ୍ରଥମେ ଘରୋଇ ସଙ୍ଗରୋଧରେ ରଖାଯାଇଥିଲା ମହିଳା ଜଣଙ୍କୁ। ତହସିଲଦାର ଡଃ. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, କୁକୁଡ଼ାଖଣ୍ଡି ଗୋଷ୍ଠୀ ଚିକିତ୍ସା ଅଧିକାରୀ ରାମଚନ୍ଦ୍ର ମହାପାତ୍ର, ଅଙ୍ଗନଓ୍ବାଡ଼ି କର୍ମୀ ଦୀପ୍ତିମୟୀ ଦେବୀ ପ୍ରମୁଖ ନିୟମିତ ଉକ୍ତ ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଚିକିତ୍ସା କରାଯାଇ ଆବଶ୍ୟକୀୟ ଔଷଧ ତାଙ୍କୁ ପ୍ରଦାନ କରାଯାଉଥିଲା। କେବଳ ୯ ଦିନ ସଙ୍ଗରୋଧରେ ରହିବା ପରେ ଯେତେବେଳେ ପ୍ରସବ ତାରିଖ ଆସିଲା ପୁନର୍ବାର ନମୁନା ପରୀକ୍ଷା କରାଯାଇଥିଲା। ସେତେବେଳେ ଗର୍ଭବତୀ ମହିଳା ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିଲା। ଏମ୍‌କେସିଜିରେ ଅସ୍ତ୍ରୋପଚାର ମାଧ୍ୟମରେ ସଂପୃକ୍ତା ମହିଳା ଜଣଙ୍କ ଏକ ଶିଶୁପୁତ୍ର ଜନ୍ମ ଦେଇଥିଲେ। ବର୍ତ୍ତମାନ ଉଭୟ ମା’ ଓ ଶିଶୁ ସୁସ୍ଥ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri