ଥାନା ଆଗରେ ନିଜକୁ ଜାଳିଦେଲେ ମହିଳା

ମାହାଙ୍ଗା/କଟକ,୧୭ା୮(ଯଯାତି ସିଂହ/ଶିଳ୍ପା ପ୍ରିୟଦର୍ଶିନୀ): ଏକ ଚୋରି ମାମଲାରେ କଟକ ଜିଲା ମାହାଙ୍ଗା ପୋଲିସ ଅଟକ ରଖିଥିବା ଜଣେ ବ୍ୟକ୍ତି ନିର୍ଦ୍ଦୋଷ ବୋଲି ଦାବି କରିଥିଲେ ତାଙ୍କ ସ୍ତ୍ରୀ। ସେ ଅନେକ କାକୁତିମିନତି ହୋଇଥିଲେ, କିନ୍ତୁ ପୋଲିସ ତାଙ୍କୁ ପ୍ରବଳ ଗାଳି ଦେଇଥିଲା। ଏଥିରେ ମ୍ରିୟମାଣ ହୋଇ ମହିଳା ଜଣକ ଶୁକ୍ରବାର ଅପରାହ୍ନରେ ମାହାଙ୍ଗା ଥାନା ସମ୍ମୁଖରେ ନିଜକୁ ଜାଳିଦେଇ ଆତ୍ମାହୁତି ଉଦ୍ୟମ କରିଛନ୍ତି। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସେ ହେଲେ ନୃତାଙ୍ଗ ପଞ୍ଚାୟତ ଖର୍ତ୍ତାଙ୍ଗ ଗ୍ରାମର ଶଙ୍କର ଦାସଙ୍କ ସ୍ତ୍ରୀ ରଶ୍ମିତା। ତାଙ୍କ ଶରୀରର ୫୦ଭାଗରୁ ଅଧିକ ଜଳିଯାଇଛି। ଏହି ଘଟଣା ପରେ ପୋଲିସର ଦାୟିତ୍ୱବୋଧତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
୨୨।୭।୨୪ରେ ମାହାଙ୍ଗା ଥାନା ଅନ୍ତର୍ଗତ ନୃତାଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି ହୋଇଥିଲା। ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ ଲିଖିତ ଅଭିଯୋଗ କ୍ରମେ ପୋଲିସ ତଦନ୍ତ ଜାରି ରଖିଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ପୋଲିସ ଗୁରୁବାର ରାତିରେ ଶଙ୍କରଙ୍କୁ ଉଠାଇ ନେଇଥିଲା। ଶୁକ୍ରବାର ସକାଳେ ଶଙ୍କରଙ୍କ ସ୍ତ୍ରୀ ରଶ୍ମିତା ଥାନାକୁ ଯାଇ ତାଙ୍କ ସ୍ବାମୀ ନିର୍ଦ୍ଦୋଷ ଏବଂ ତାଙ୍କୁ ଛାଡି ଦେବା ପାଇଁ ଥାନା ଅଧିକାରୀ ବିଜୟ କୁମାର ମଲ୍ଲିକ ଓ ଦାୟିତ୍ୱରେ ଥିବା ତଦନ୍ତକାରୀ ମହିଳା ପୋଲିସ ଅଧିକାରୀଙ୍କୁ ଆକୁଳ ନିବେଦନ କରିଥିଲେ। ମାତ୍ର ଉଭୟ ପୋଲିସ ଅଧିକାରୀ ତାଙ୍କୁ ଗାଳିଗୁଲଜ କରିଥିଲେ। କୌଣସି ସୁଫଳ ନ ମିଳିବାରୁ ସେ ଥାନାରୁ ଚାଲିଯାଇଥିଲେ। ପରେ ଅପରାହ୍ନ ୧ ଟା୧୦ ମିନିଟ୍‌ରେ ଥାନା ପରିସରରୁ ମାତ୍ର ୧୦ ମିଟର ଦୂରରେ ନିଜ ଦେହରେ ପେଟ୍ରୋଲ ଢାଳି ନିଅଁା ଲଗେଇ ଦେଇଥିଲେ। ପୋଲିସ ଓ ସ୍ଥାନୀୟ ଜନସାଧାରଣ ତାଙ୍କୁ ଉଦ୍ଧାର କରି ମାହାଙ୍ଗା ହସ୍ପିଟାଲକୁ ନେଇଥିଲେ। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇ ଆଇସିୟୁରେ ଭର୍ତ୍ତି କରାଯାଇଛି। ୨ ପୋଲିସ ଅଧିକାରୀ ତାଙ୍କ କଥା କିଛି ନ ଶୁଣି ପ୍ରବଳ ଗାଳି ଦେଇଥିଲେ ବୋଲି ରଶ୍ମିତା କହିଛନ୍ତି। ତାଙ୍କର ଏଭଳି ଅବସ୍ଥା ପାଇଁ ସେ ପୋଲିସକୁ ଦାୟୀ କରିଛନ୍ତି। ଘଟଣା ପରେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ କରିଛି। ଅପରପକ୍ଷେ ଚୋରି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପୋଲିସ ଶଙ୍କରଙ୍କ ସମେତ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି।
ଏ ସମ୍ପର୍କରେ ଏସ୍‌ସିବି ମେଡିକାଲର ପ୍ରଶାସନିକ ଅଧିକାରୀ ଡା. ଅବିନାଶ ରାଉତ କହିଛନ୍ତି, ମହିଳାଙ୍କ ଶରୀରର ଅଧାରୁ ଅଧିକ ପୋଡ଼ି ଯାଇଥିବାରୁ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଅନ୍ୟପକ୍ଷରେ ପୀଡ଼ିତାଙ୍କ ଅଭିଯୋଗ ସମ୍ପର୍କରେ ଥାନା ଅଧିକାରୀ ମଲ୍ଲିକଙ୍କୁ ପଚରାଯିବାରୁ ସେ ଏ ବିଷୟରେ କିଛି କହିବେ ନାହିଁ ବୋଲି କହିଛନ୍ତି। ସୂଚନାଥାଉ କି ଥାନାକୁ ଯାଉଥିବା ବ୍ୟକ୍ତିଙ୍କୁ ଉତ୍ତମ ବ୍ୟବହାର କରିବା ପାଇଁ ସରକାର ଏବଂ ବରିଷ୍ଠ ପୋଲିସ ଅଧିକାରୀମାନେ ଗୁରୁତ୍ୱ ଦେବା ସହ ବିଭିନ୍ନ ସମୟରେ ଥାନା ସ୍ତରର ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। କିନ୍ତୁ ଏହାର ପ୍ରଭାବ ପଡ଼ୁ ନ ଥିବାରୁ ଉପରୋକ୍ତ ଘଟଣା ପ୍ରାୟତଃ ଦେଖିବାକୁ ମିଳୁଛି। ପୀଡ଼ିତା ମହିଳାଙ୍କୁ ଗାଳି ବଦଳରେ ବୁଝାଶୁଝା କରାଯାଇଥିଲେ ସେ ନିଜକୁ ଜାଳି ଦେବା ଭଳି ଚରମପନ୍ଥା ଆପଣାଇ ନ ଥାନ୍ତେ ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?