ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି।
ପରିବାରିକ କଳହରୁ ଜଣେ ମହିଳା ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିବା ବେଳେ ହୁତୁହୁତୁ ନିଆଁରେ ଜଳି ଯାଉଥିବା ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ତାଙ୍କ ସ୍ବାମୀ ନିଆଁରେ ଜଳି ଯାଇ ଗୁରୁତର ହେବା ଘଟଣା ଆଲୋଚନାର ବିଷୟ ହୋଇଛି। ଗ୍ରାମବାସୀ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି।

ପ୍ରକାଶ ଯେ, କାଠକଟା ଗ୍ରାମର ସଞ୍ଜୟ ହୋ ଓ ତାଙ୍କ ସ୍ତ୍ରୀ ସସ୍ମିତା ହୋଙ୍କ ମଧ୍ୟରେ ଗତ କିଛି ଦିନଧରି କଳହ ଲାଗି ରହିଥିଲା। ଗତକାଲି ରାତିରେ ଉଭୟଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ଉତ୍‌କ୍ଷିପ୍ତ ହୋଇ ସସ୍ମିତା ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କ ସାମୀ ସଞ୍ଜୟ ଧାଇଁ ଆସି ତାଙ୍କୁ ଉଦ୍ଧାର କରିବାକୁ ଯାଇ ନିଆଁରେ ପୋଡ଼ି ହୋଇଯାଇଥିଲେ। ସେମାନଙ୍କ ପାଟି ଶୁଣି ପଡ଼ିଶା ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri