ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି।
ପରିବାରିକ କଳହରୁ ଜଣେ ମହିଳା ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିବା ବେଳେ ହୁତୁହୁତୁ ନିଆଁରେ ଜଳି ଯାଉଥିବା ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ତାଙ୍କ ସ୍ବାମୀ ନିଆଁରେ ଜଳି ଯାଇ ଗୁରୁତର ହେବା ଘଟଣା ଆଲୋଚନାର ବିଷୟ ହୋଇଛି। ଗ୍ରାମବାସୀ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି।

ପ୍ରକାଶ ଯେ, କାଠକଟା ଗ୍ରାମର ସଞ୍ଜୟ ହୋ ଓ ତାଙ୍କ ସ୍ତ୍ରୀ ସସ୍ମିତା ହୋଙ୍କ ମଧ୍ୟରେ ଗତ କିଛି ଦିନଧରି କଳହ ଲାଗି ରହିଥିଲା। ଗତକାଲି ରାତିରେ ଉଭୟଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ଉତ୍‌କ୍ଷିପ୍ତ ହୋଇ ସସ୍ମିତା ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କ ସାମୀ ସଞ୍ଜୟ ଧାଇଁ ଆସି ତାଙ୍କୁ ଉଦ୍ଧାର କରିବାକୁ ଯାଇ ନିଆଁରେ ପୋଡ଼ି ହୋଇଯାଇଥିଲେ। ସେମାନଙ୍କ ପାଟି ଶୁଣି ପଡ଼ିଶା ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri