ରାସ୍ତା ମଝିରେ ମହିଳାଙ୍କ ଉନ୍ମତ୍ତକାଣ୍ଡ: ପାଟିତୁଣ୍ଡ କରି ରାସ୍ତା ମଝିରେ ଶୋଇଲେ

ଚୌଦ୍ୱାର,୧୨।୧୨(ଡି.ଏନ୍‌.ଏ.): ୫୫ନମ୍ବର ଜାତୀୟ ରାଜପଥର ଚୌଦ୍ୱାର ପୌରାଞ୍ଚଳ ଅନ୍ତର୍ଗତ ଧୂମାବତୀ ଛକ ରାସ୍ତା ମଝିରେ ଶୁକ୍ରବାର ଜଣେ ମହିଳାଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ଏଥିଯୋଗୁ ରାସ୍ତା ଉଭୟ ପାର୍ଶ୍ୱରେ ଶହଶହ ଗାଡ଼ି ମୋଟର ଅଧଘଣ୍ଟାଏ ପର୍ଯ୍ୟନ୍ତ ଯାତାୟାତରେ ବାଧାପ୍ରାପ୍ତ ହୋଇଥିଲା। ଶୁକ୍ରବାର ଅପରାହ୍ନ ୪ଟାରେ ଜଣେ ମହିଳା ହଠାତ୍‌ ପାଟିତୁଣ୍ଡ କରିବା ସହ ରାସ୍ତା ମଝିରେ ଶୋଇ ଯାଇଥିଲେ। ଫଳରେ ଉକ୍ତ ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ହୋଇ ଯାଇଥିଲା। ଘଟଣା ସମ୍ପର୍କରେ ଖବରପାଇ ସ୍ଥାନୀୟ ଲ’ ସଂଗଠନର ସଦସ୍ୟ ମାନସ ସାହୁ ଓ ଧନେଶ୍ୱର ସାହୁ ପହଞ୍ଚତ୍ ମହିଳାଙ୍କୁ ବୁଝାଶୁଝା କରି ରାସ୍ତାରୁ ଉଠାଇବା ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ମହିଳା ଜଣକ ହେଲେ ଭୁବନେଶ୍ୱର ଶହୀଦ୍‌ ନଗର ତାରିଣୀ ବଜାରର ଲକ୍ଷ୍ମୀ ହରିପାଳ। ତାଙ୍କ କହିବା ଅନୁଯାୟୀ, ତାଙ୍କ ସ୍ବାମୀ ନିର୍ଯାତନା ଦେବାରୁ ଶୁକ୍ରବାର ସେ ଆଠଗଡ଼ସ୍ଥିତ ଶାଶୁଘରୁ ଅଟୋରିକ୍ସାରେ ଯାଉଥିଲେ। ତେବେ ଧୂମାବତୀ ଛକ ପାଖରେ ଅଟୋ ଡ୍ରାଇଭର ଜଣକ ତାଙ୍କୁ ମାଡ଼ମାରି ତାଙ୍କର ବ୍ୟାଗ୍‌ ଓ ମନିପର୍ସ ଛଡ଼ାଇନେଇ ରାସ୍ତା ଉପରେ ଓହ୍ଲାଇଦେଇ ଚାଲି ଯାଇଥିଲେ। ଲ’ ସଂଗଠନର ସଦସ୍ୟମାନେ ତାଙ୍କ ପାଇଁ ଖାଦ୍ୟପେୟର ବ୍ୟବସ୍ଥା କରିବା ସହ ତାଙ୍କୁ ବସ୍‌ରେ ଭୁବନେଶ୍ୱର ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?