ବିଡିଓଙ୍କୁ ଅଟକାଇଲେ ମହିଳା

ବାଲିଗୁଡ଼ା,୧୯ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବ୍ରାହ୍ମଣପାଦ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ଗ୍ରାମ୍ୟ ଉନ୍ନୟନ ରାସ୍ତାରେ ଆଣ୍ଠୁଏ ବର୍ଷା ଜଳ ଜମି ରହୁ ଥିବାରୁ ଏହାର ପ୍ରତିବାଦ କରି ବୁଧବାର ବ୍ରାହ୍ମଣପାଦ ପଞ୍ଚାୟତ ପରିଦର୍ଶନରେ ଯାଇଥିବା ବିଡିଓ ହୃଦୟ ରଞ୍ଜନ ସାହୁଙ୍କ ଗାଡ଼ିକୁ କିଛି ମହିଳା ଅଟକାଇଥିଲେ। ଏହି ଘଟଣାରେ ବିଡିଓ ଶ୍ରୀ ସାହୁ ତୁରନ୍ତ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଯୋଗାଯୋଗ କରିବା ସହ ରାସ୍ତା ମରାମତି କରିବା ପାଇଁ ଅବଗତ କରିଥିଲେ। ଆସନ୍ତା ୧୫ ଦିନ ଭିତରେ ଟେଣ୍ଡର ବାହାର କରାଯିବା ସହ ରାସ୍ତା ମରାମତି କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ମହିଳାମାନେ ବିଡିଓଙ୍କ ଗାଡ଼ିକୁ ଛାଡିଥିବା ଜଣାପଡ଼ିଛି। ଚକାପାଦଠାରୁ ଅଚ୍ଛାଙ୍ଗି ପର୍ଯ୍ୟନ୍ତ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରାୟ ୧୨ କିମି ରାସ୍ତା ରହିଥବା ବେଳେ ଏହାର ଅବସ୍ଥା ମଧ୍ୟ ଶୋଚନୀୟ ହୋଇପଡ଼ିଛି। ଗ୍ରାମବାସୀ ବାରମ୍ବାର ଅଭିଯୋଗ କରିବା ପରେ ଚକାପାଦଠାରୁ ବ୍ରାହ୍ମଣପାଦ ସ୍ବାସ୍ଥ୍ୟକେନ୍ଦ୍ର ଯାଏ ମାତ୍ର ୩ କିମି ରାସ୍ତା ମରାମତି କରାଯିବା ପରେ ଆଉ ଆଗକୁ ମରାମତି ହୋଇନାହିଁ। ଫଳରେ ବ୍ରାହ୍ମଣପାଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରାସ୍ତା ଖାଲଖମା ରହିଥିବା ବେଳେ ସାମାନ୍ୟ ବର୍ଷା ହେଲେ ଆଣ୍ଠୁଏ ଲେଖାଏ ପାଣି ଜମି ରହୁଥିବା ନେଇ ଗ୍ରାମର ଲକ୍ଷ୍ମୀ ପୃଷ୍ଟି,ଦମୟନ୍ତୀ ବେହେରା, ରୀତାଞ୍ଜଳି ବେହେରା, ସୁଷମା ସାହୁ,ରମେଶ ସାହ ଓ ହୀମାଞ୍ଚଳ ସାହୁ ବିଡିଓଙ୍କୁ ପୁଣି ଅବଗତ କରାଇଥିଲେ। ଏହି ଘଟଣା ପରେ ବିଡିଓ ଗ୍ରାମର ଅନ୍ୟ ସମସ୍ୟା ସମେତ ମା’ ପିତାବଳି ମନ୍ଦିର, ଗ୍ରାମ୍ୟ ପୋଖରୀ, ବିରୁପାକ୍ଷ ଉଚ୍ଚବିଦ୍ୟାଳୟ ପରିଦର୍ଶନ ସହ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ହେମକେଶ ମଳିକ ଓ ବ୍ଲକ ଉପାଧ୍ୟକ୍ଷ ସୋମନାଥ ବେହେରାଙ୍କ ସହ ମିଶି ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri