ବିଡିଓଙ୍କୁ ଅଟକାଇଲେ ମହିଳା

ବାଲିଗୁଡ଼ା,୧୯ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବ୍ରାହ୍ମଣପାଦ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ଗ୍ରାମ୍ୟ ଉନ୍ନୟନ ରାସ୍ତାରେ ଆଣ୍ଠୁଏ ବର୍ଷା ଜଳ ଜମି ରହୁ ଥିବାରୁ ଏହାର ପ୍ରତିବାଦ କରି ବୁଧବାର ବ୍ରାହ୍ମଣପାଦ ପଞ୍ଚାୟତ ପରିଦର୍ଶନରେ ଯାଇଥିବା ବିଡିଓ ହୃଦୟ ରଞ୍ଜନ ସାହୁଙ୍କ ଗାଡ଼ିକୁ କିଛି ମହିଳା ଅଟକାଇଥିଲେ। ଏହି ଘଟଣାରେ ବିଡିଓ ଶ୍ରୀ ସାହୁ ତୁରନ୍ତ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଯୋଗାଯୋଗ କରିବା ସହ ରାସ୍ତା ମରାମତି କରିବା ପାଇଁ ଅବଗତ କରିଥିଲେ। ଆସନ୍ତା ୧୫ ଦିନ ଭିତରେ ଟେଣ୍ଡର ବାହାର କରାଯିବା ସହ ରାସ୍ତା ମରାମତି କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ମହିଳାମାନେ ବିଡିଓଙ୍କ ଗାଡ଼ିକୁ ଛାଡିଥିବା ଜଣାପଡ଼ିଛି। ଚକାପାଦଠାରୁ ଅଚ୍ଛାଙ୍ଗି ପର୍ଯ୍ୟନ୍ତ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରାୟ ୧୨ କିମି ରାସ୍ତା ରହିଥବା ବେଳେ ଏହାର ଅବସ୍ଥା ମଧ୍ୟ ଶୋଚନୀୟ ହୋଇପଡ଼ିଛି। ଗ୍ରାମବାସୀ ବାରମ୍ବାର ଅଭିଯୋଗ କରିବା ପରେ ଚକାପାଦଠାରୁ ବ୍ରାହ୍ମଣପାଦ ସ୍ବାସ୍ଥ୍ୟକେନ୍ଦ୍ର ଯାଏ ମାତ୍ର ୩ କିମି ରାସ୍ତା ମରାମତି କରାଯିବା ପରେ ଆଉ ଆଗକୁ ମରାମତି ହୋଇନାହିଁ। ଫଳରେ ବ୍ରାହ୍ମଣପାଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରାସ୍ତା ଖାଲଖମା ରହିଥିବା ବେଳେ ସାମାନ୍ୟ ବର୍ଷା ହେଲେ ଆଣ୍ଠୁଏ ଲେଖାଏ ପାଣି ଜମି ରହୁଥିବା ନେଇ ଗ୍ରାମର ଲକ୍ଷ୍ମୀ ପୃଷ୍ଟି,ଦମୟନ୍ତୀ ବେହେରା, ରୀତାଞ୍ଜଳି ବେହେରା, ସୁଷମା ସାହୁ,ରମେଶ ସାହ ଓ ହୀମାଞ୍ଚଳ ସାହୁ ବିଡିଓଙ୍କୁ ପୁଣି ଅବଗତ କରାଇଥିଲେ। ଏହି ଘଟଣା ପରେ ବିଡିଓ ଗ୍ରାମର ଅନ୍ୟ ସମସ୍ୟା ସମେତ ମା’ ପିତାବଳି ମନ୍ଦିର, ଗ୍ରାମ୍ୟ ପୋଖରୀ, ବିରୁପାକ୍ଷ ଉଚ୍ଚବିଦ୍ୟାଳୟ ପରିଦର୍ଶନ ସହ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ହେମକେଶ ମଳିକ ଓ ବ୍ଲକ ଉପାଧ୍ୟକ୍ଷ ସୋମନାଥ ବେହେରାଙ୍କ ସହ ମିଶି ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri