ସୋଲାର ଲାଇଟ୍‌ ଗାଡ଼ି ଅଟକାଇଲେ ମହିଳା

ଆନନ୍ଦପୁର,୨୪ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ କଣ୍ଟିପାଳ ପଞ୍ଚାୟତରେ ଏକ ଅଭାବନୀୟ ଘଟଣାକ୍ରମରେ ମହାପାତ୍ର ସାହିର ମହିଳାମାନେ ସୋଲାର ଲାଇଟ୍‌ ଲଗାଇବାକୁ ଆସିଥିବା ଗାଡ଼ିକୁ ଶନିବାର ଦୀର୍ଘ ସମୟ ଧରି ଅଟକ ରଖିଥିଲେ। ପଞ୍ଚାୟତର ବିଭିନ୍ନ ଅଞ୍ଚଳରେ ସୋଲାର ଲାଇଟ୍‌ ଲଗାଯାଉଥିବା ବେଳେ ପୂର୍ବରୁ ଲାଇଟ୍‌ ଥିବା ସ୍ଥାନରେ ଲାଇଟ୍‌ ଲଗାଯାଉଥିବା ଏବଂ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ଆବଶ୍ୟକତା ଅନୁଯାୟୀ ଲାଇଟ୍‌ ଲଗାଯାଉ ନ ଥିବା ଅଭିଯୋଗ କରି ମହିଳାମାନେ ଏଭଳି ପଦକ୍ଷେପ ଗ୍ରହଣ କରିଥିଲେ। ଘଟଣାକୁ ନେଇ ମହିଳାମାନେ ସରପଞ୍ଚଙ୍କ ସହିତ ଯୋଗାଯୋଗ କରିଥିଲେ ବି ସରପଞ୍ଚ ଫୋନ ଉଠାଇ ନ ଥିଲେ। ଫଳରେ ସୋଲାର ଲାଇଟ୍‌ ଲଗାଇବାକୁ ଆସିଥିବା ଗାଡ଼ିକୁ ଦୀର୍ଘ ସମୟ ଧରି ଅପେକ୍ଷା କରିବାକୁ ପଡ଼ିଥିଲା। ଖବର ଲେଖାହେବା ବେଳକୁ ସମ୍ପୃକ୍ତ ଗାଡ଼ି ଅପରାହ୍ନ ୫ଟା ପର୍ଯ୍ୟନ୍ତ ମହାପାତ୍ର ସାହିରେ ଅଟକ ରହିଥିଲା। ଏହି ସମସ୍ୟାର ସମାଧାନ ପାଇଁ ଘଟଣାସ୍ଥଳକୁ କେହି ଆସି ନ ଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଏପରିକି ଦାୟିତ୍ୱରେ ଥିବା ଠିକାଦାରଙ୍କୁ ଘଟଣା ସମ୍ପର୍କରେ ପଚାରାଯିବାରୁ ସରପଞ୍ଚ ଆମକୁ ଯେଉଁଠି ଲଗାଇବା କଥା କହିଛନ୍ତି ଆମେ ଲାଇଟ୍‌ ଲଗାଉଛୁ। ଅନ୍ୟ ସ୍ଥାନରେ ସୋଲାର ଲାଇଟ୍‌ ଲଗାଇବା ଆମ ଦ୍ୱାରା ସମ୍ଭବ ନୁହଁ । ଯଦି ଲଗେଇବୁ ଆମ ବିଲ୍‌ରେ ସରପଞ୍ଚ ଦସ୍ତଖତ କରିବେନି ଆମେ ପଇସା ପାଇପାରିବୁନି ବୋଲି କହି ତାଙ୍କର ଅସହାୟତା ପ୍ରକାଶ କରିଥିଲେ। ଏଭଳି ଘଟଣାକୁ ନେଇ କଣ୍ଟିପାଳ ମହାପାତ୍ର ସାହିରେ ମହିଳାମାନଙ୍କ ଠାରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri