ବିଡିଓଙ୍କୁ ଘେରିଲେ ମହିଳା

ଲୋଇସିଂହା,୪ା୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ସହରକୁ ଗତ ୩ଦିନ ହେଲା ପାନୀୟ ଜଳଯୋଗାଣ ବନ୍ଦ ରହିଛି। ଲକ୍ଷାଧିକ ବିଦ୍ୟୁତ୍‌ ବିଲ୍‌ ବକେୟା ଥିବାରୁ ଏହା ପୂର୍ବରୁ ଗୋଟାଏ ମାସ ଧରି ମଧ୍ୟ ବନ୍ଦ ରହିଥିଲା। ଏହାର ପ୍ରତିବାଦରେ ବିଡିଓ ବିଜୟ କୁମାର ହୋତାଙ୍କୁ ଜଳ ଯୋଗାଣ ଦାବିରେ ବ୍ଲକ କାର୍ଯ୍ୟାଳୟରେ ସ୍ଥାନୀୟ ମହିଳା ଘେରାଉ କରିଥିଲେ।  ବିଡିଓ କହିଥିଲେ, ପ୍ରକଳ୍ପର ମୋଟର ଅଚଳ ହୋଇପଡ଼ିଛି। ଯୁଦ୍ଧକାଳୀନ ଭିତ୍ତିରେ ମରାମତି ଚାଲିଛି। ଆଜି ସୁଦ୍ଧା ଜଳଯୋଗାଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଆଦୌ କେତେକ ଅଞ୍ଚକକୁ ପାନୀୟ ଜଳ ଯାଉ ନ ଥିବା ଆଭିଯୋଗ ପାଇଁ କ୍ଷେତ୍ର ପରିଦର୍ଶନ କରି ସମସ୍ୟାର ସମାଧାନ କରାଯିବ ବୋଲି ବିକ୍ଷୋଭକାରୀ ମହିଳାଙ୍କୁ କହିଥିଲେ। ଲୋଇସିଂହା ସହରକୁ ସୁକତେଲ ନଦୀରୁ ଜଳଯୋଗାଣ ହେଉଛି। ହେଲେ ଫାସଡ ପମ୍ପଗୃହ ଓ ସ୍ଥାନୀୟ ଜଳଯୋଗାଣ ପ୍ରକଳ୍ପର ୨୨ ଲକ୍ଷରୁ ଅଧିକ ବିଦ୍ୟୁତ ବିଲ୍‌ ବକେୟା ପଡ଼ିଛି। ବକେୟା ବିଲ୍‌ ଦାବିରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଗତ ଜୁଲାଇ ମାସରେ ପ୍ରକଳ୍ପର ବିଦ୍ୟୁତ ସରବରାହ ବିଚ୍ଛିନ୍ନ କରାଯାଇଛି। ସ୍ଥାନୀୟ ପଞ୍ଚାୟତ କର୍ତ୍ତୃପକ୍ଷ ପାନୀୟ ପ୍ରକଳ୍ପ ଓ ଷ୍ଟ୍ରିଟ୍‌ ଲାଇଟ ବାବଦ ୫ ଲକ୍ଷ ଟଙ୍କା ବିଦ୍ୟୁତ୍‌ ବିଭାଗ ପାଖରେ ପୈଠ କରାଯାଇଛି। ଏହାସତ୍ତ୍ୱେ ବିଦ୍ୟୁତ୍‌ ସଂଯୋଗ ଦିଆଯାଇନାହିଁ। କିଛିଦିନ ତଳେ ମହିଳା ସଂଗଠନ ପକ୍ଷରୁ ଆନ୍ଦୋଳନ ଚେତାବନୀ ଦିଆଯାଇଥିଲା। ଏହା ପରେ ବୁର୍ଡ଼ା ପ୍ରକଳ୍ପ ମୋଟରରୁ ଲୋଇସିଂହା ଓ ବୁର୍ଡାକୁ ଜଳଯୋଗାଣ କରାଯାଉଥିଲା। ହେଲେ ପ୍ରକଳ୍ପ ମୋଟର ଅଚଳ ହୋଇପଡ଼ିଥିବାରୁ ଜଳଯୋଗାଣ ବାଧାପ୍ରାପ୍ତ ହୋଇଛି। ଏହି ଅବସରରେ ସ୍ଥାନୀୟ ସମିତି ସଭ୍ୟ ଏବଂ ବର୍ତ୍ତମାନ ସରପଞ୍ଚ ମୁହାଁମୁହିଁ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri