ଦେଢ଼ଶୁର ବଳାତ୍କାର କରିବା ପରେ ଚରମ ନିଷ୍ପତ୍ତି ନେଲେ ମହିଳା

ଭବାନୀପାଟଣା,୨୨ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ବିବାହିତା ମହିଳାଙ୍କୁ ନିଜ ସମ୍ପର୍କୀୟ ଦେଢ଼ଶୁର ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏହାପରେ ମହିଳା ଜଣକ ଲୋକଲଜ୍ଜାକୁ ସହି ନ ପାରି ବିଷ ପିଇ ଆତ୍ମହତ୍ୟା କରିଛନ୍ତି। କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ଟିଙ୍ଗୋପଖାନ ଗ୍ରାମରେ ଏହି ଘଟଣା ଘଟିଛି।
ପୀଡ଼ିତାଙ୍କ ସ୍ବାମୀ ଦାଦନ ଖଟିବା ପାଇଁ ବାହାର ଅଞ୍ଚଳରେ ରହନ୍ତି। ମହିଳା ଜଣକ ଘରେ ଏକୁଟିଆ ରହୁଥିଲେ। ଗତ ଏପ୍ରିଲ ୨୨ରେ ଏକ ବିବାହ ଭୋଜିରେ ସମ୍ପର୍କୀୟ ଦେଢଶୁର ଅରୁଣ ମାଝି (୨୮) ତାଙ୍କୁ କିଛି କାମ ଅଛି କହି ଘର ଭିତରକୁ ଆସିବାକୁ କହିଥିଲେ। ମହିଳା ଜଣକ ଭିତରକୁ ଯିବା ପରେ ଅରୁଣ ତାଙ୍କ ମୁହଁ ଓ ହାତକୁ ଗାମୁଛାରେ ବାନ୍ଧି ଜବରଦସ୍ତ ଘର ପାଖ ଜଙ୍ଗଲକୁ ଟେକିନେଇ ବଳାତ୍କାର କରିଥିଲେ। ଏ ବିଷୟରେ କାହାକୁ କହିଲେ ଜୀବନରୁ ମାରିଦେବେ ବୋଲି ଧମକ ଦେଇଥିବା ନେଇ ମହିଳା ଜଣକ ସେତେବେଳେ ଜୟପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପରେ ଏହି ଘଟଣାକୁ ନେଇ ଗଁାରେ ଚର୍ଚ୍ଚା ହେବା ପରେ ଲୋକଲଜ୍ଜା ସହି ନ ପାରି ଶେଷରେ ମହିଳା ଜଣକ ଟିଙ୍ଗୋପଖାନ ଗ୍ରାମରୁ ନିଜ ବାପା ଘର ଜାମଚୁଆକୁ ଚାଲିଆସିଥିଲେ। ଅନ୍ୟପଟେ ମହିଳାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଥିବା ବେଳେ ସୋମବାର ରାତିରେ ମହିଳା ଜଣକ ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ସକାଳେ ଏହି ଘଟଣା ଜଣାପଡିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ଡାକ୍ତରଖାନାକୁ ପଠାଇଛି। ଏହି ଘଟଣାର ତଦନ୍ତ କରି ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମହିଳାଙ୍କ ପରିବାରବର୍ଗ ଦାବି କରିଛନ୍ତି। ଏ ନେଇ ଜୟପାଟଣା ଥାନାରେ ଏକ ମାମଲା (ନଂ.୧୪୫/୨୪) ରୁଜୁ ହୋଇଛି। ଘଟଣାରେ ସମ୍ପୃକ୍ତ ଥିବା ଦେଢ଼ଶୁର ଅରୁଣ ମାଝିଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଥିବା ଏସ୍‌ଆଇ ବିନୟ ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?