ସ୍ତ୍ରୀଙ୍କୁ ନେଉଥିଲେ ମେଡିକାଲ, ପିଟିଲା ଟ୍ରକ୍‌

ପାଟଣା,୨୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ଦେଇ ଯାଇଥିବା ୨୨୦ନଂ. ଜାତୀୟ ରାଜପଥରେ ବୁଧବାର ଘଟିଛି ଏକ ଦୁର୍ଘଟଣା। ସକାଳୁ ମଙ୍ଗଳପୁର ଛକ ଏଞ୍ଜେଲ ଢାବା ନିକଟରେ ଏକ ଟ୍ରକ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ବାମୀ ଓ ଦିଅର ଆହତ ହୋଇଛନ୍ତି। ମୃତା ହେଲେ ଘଟଗାଁ ବ୍ଲକ ପାଇଦା ପାଟଣା ପଞ୍ଚାୟତ ନୁସୁରିପଶି ଗ୍ରାମର ସୋମବାରୀ ମୁଣ୍ଡା। ଆହତ ହେଲେ ତାଙ୍କ ସ୍ବାମୀ ରବି ମୁଣ୍ଡା ଓ ଦିଅର ବନମାଳୀ। ସମସ୍ତଙ୍କୁ ଉଦ୍ଧାର କରି ଅଗ୍ନିଶମ କର୍ମଚାରୀ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ସୋମବାରୀଙ୍କୁ ମୃତ ଘୋଷଣା କରିଛନ୍ତି। ଘଟଣାସ୍ଥଳରେ ପାଟଣା ଥାନା ଏସ୍‌ଆଇ ମନୋରମା ସ୍ବାଇଁ ପହଞ୍ଚି ଛାନ୍‌ଭିନ୍‌ ତଦନ୍ତ ଚଳାଇଛନ୍ତି।
ସୂଚନା ଅନୁଯାୟୀ, ରବି ସାନଭାଇ ବନମାଳୀଙ୍କ ସହ ସୋମବାରୀଙ୍କୁ ଡାକ୍ତରଙ୍କୁ ଦେଖେଇବା ଲାଗି ମେଡିକାଲ ନେଇ ଯାଉଥିେଲେ। ସେମାନେ ଏକ ଲୁନାରେ ଯାଉଥିବା ବେଳେ ପଛପଟୁ ଆସୁଥିବା ଏକ ଟ୍ରକ୍‌ ତାଙ୍କୁ ଧକ୍କାଦେଇ କରଞ୍ଜିଆ ଆଡ଼କୁ ପଳାଇ ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri