ଯୌତୁକ ନିଆଁରେ ଜଳିଗଲେ ମହିଳା

ରାଜନଗର,୧୦।୩: ତାଳଚୁଆ ସାମୁଦ୍ରିକ ଥାନା ଅଧୀନ ବାଘମାରୀ ଗାଁରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାମ ବୈଶାଖୀ ପାଳ। ଶାଶୁ, ଶ୍ୱଶୁର, ସ୍ବାମୀ ଓ ଦିଅର ମିଶି ତାଙ୍କୁ ହତ୍ୟା କରିଥିବା ବୈଶାଖୀଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ସୂଚନା ଅନୁଯାୟୀ, ସୁବର୍ଣ୍ଣପୁର ଗାଁର ମାନଗୋବିନ୍ଦ ମାନାଙ୍କ ଝିଅ ବୈଶାଖୀ(୨୨) ଗତ ୫ ବର୍ଷ ତଳେ ବାଘମାରୀ ଗାଁର ଗଣେଶ ପାଳଙ୍କ ପୁଅ ତାପସଙ୍କୁ ବିବାହ କରିଥିଲେ। ବିବାହ ସମୟରେ ବରପକ୍ଷର ଦାବି ମୁତାବକ ଯୌତୁକ ଦିଆଯାଇଥିଲା। ମାତ୍ର ବରପକ୍ଷ ଅଧିକ ଯୌତୁକ ଦାବି କରୁଥିଲେ। ଏହାକୁ ନେଇ ବୈଶାଖୀଙ୍କୁ ଶାଶୁଘର ଲୋକେ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ। ମଙ୍ଗଳବାର ବୈଶାଖୀଙ୍କ ବାପାଙ୍କ ପାଖକୁ ଫୋନ ଆସିଥିଲା। ତୁମ ଝିଅ ଦେହ ଖରାପ ଅଛି। ଶୀଘ୍ର ଆସ ବୋଲି ଶାଶୁଘର ଲୋକେ ଡାକିଥିଲେ। ମାନଗୋବିନ୍ଦ ପହଞ୍ଚତ୍ ଝିଅ ମରି ପଡିଥିବା ଦେଖିଥିଲେ। ଏ ନେଇ ଗାଁରେ ଏକ ବୈଠକ ବସିଥିଲା। ହେଲେ କୌଣସି ସମାଧାନ ସୂତ୍ର ନ ବାହାରିବାରୁ ବୈଶାଖୀଙ୍କ ବାପା ତାଳଚୁଆ ସାମୁଦ୍ରିକ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri