କୁଡ଼ିଆରେ ଜଳିଗଲେ ମହିଳା

ଢେଙ୍କାନାଳ ଅଫିସ/ କାମାକ୍ଷାନଗର(ଡି.ଏନ.ଏ.), ୬।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କଣ୍ଟାପାଳ ପଞ୍ଚାୟତ ଅନ୍ତର୍ଗତ ଚୁନରଗଡ଼ି ଗ୍ରାମର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ କୁଡ଼ିଆରୁ ଶୁକ୍ରବାର ଜବତ କରାଯାଇଛି। ମୃତକ ହେଲେ ରିଙ୍କି ମହାଖୁଡ଼ (୨୬)। ଘଟଣା ପରେ ସ୍ବାମୀ ନବକିଶୋର କବାଟଙ୍କ ଉପରକୁ ଅଙ୍ଗୁଳି ଉଠାଇଛନ୍ତି ମୃତ ମହିଳାଙ୍କ ଘର ଲୋକେ। ପାରିବାରିକ କହଳରୁ ଝିଅକୁ ପୋଡ଼ି ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା କରୁଛି।
ପୋଲିସ ସୂଚନା ଅନୁଯାୟୀ, ୨୦୧୭ ମାର୍ଚ୍ଚରେ ଭୁବନ ଥାନା ବଡ଼କାଠିଆ
ଗ୍ରାମର ରିଙ୍କିଙ୍କୁ କଙ୍କଡ଼ାହାଡ଼ ଥାନା
ଚୁନରଗଡି ଗ୍ରାମର ନବକିଶୋର ବିବାହ କରିଥିଲେ। ସେମାନଙ୍କର ୨ ବର୍ଷର ଶିଶୁକନ୍ୟା
ଅଛି। ଗୁରୁବାର ବିଳମ୍ବିତ ରାତିରେ ଘର ପାଖକୁ ଲାଗି ରହିଥିବା ଚାଳିଆ ଘରେ ନିଅଁା ଲାଗିଯାଇଥିଲା। ରିଙ୍କି ଉକ୍ତ ଘର ଭିତରେ ରହିଯାଇଥିଲେ। ଏଥିରେ ତାଙ୍କର ମୃତ୍ୟୁ ଘଟିଥିବା ନବକିଶୋର କହୁଛନ୍ତି। ତେବେ ନିଅଁା ଲାଗିଥିବା ଚାଳିଆଟି ଛୋଟ। ଏଥିରେ ଫସି ରହି ଜଣଙ୍କ ମୃତ୍ୟୁ ଘଟିବା ସନ୍ଦେହର ବଳୟ ସୃଷ୍ଟି କରିଛି। ମୃତ ରିଙ୍କିଙ୍କ ଭାଇ ଆଦିତ୍ୟ ପ୍ରସାଦ ମହାଖୁଡ଼ ଭଉଣୀଙ୍କୁ ହତ୍ୟା କରାଯାଇଥିବା କଙ୍କଡ଼ାହାଡ଼ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ସାଇଣ୍ଟିଫିକ୍‌ ଟିମ୍‌, ସନ୍ଧାନୀ କୁକୁର ସହାୟତାରେ ଘଟଣାସ୍ଥଳରେ ତଦନ୍ତ କରିଛି। ମୃତଦେହ ବ୍ୟବଚ୍ଛେଦ ଲାଗି କାମାକ୍ଷାନଗର ମେଡିକାଲକୁ ପଠାଯାଇଛି। ଏ ସଂକ୍ରାନ୍ତରେ ନଂ.୧୪/୨୧, ଦଫା ୪୯୮(ଏ), ୩୦୨, ୩୦୪(ବି) ଓ ୨୦୧ରେ ମାମଲା ରୁଜୁ ହୋଇଛି। ଅଟକ ସ୍ବାମୀଙ୍କୁ ପଚରାଉଚୁରା କରାଯାଉଥିବା ଥାନାଧିକାରୀ ଆଶିଷ କୁମାର ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri