ନିଆଁରେ ପୋଡ଼ି ହୋଇ ମହିଳା ଜୀବନ୍ତଦଗ୍ଧ

ପଟ୍ଟାମୁଣ୍ତାଇ ୧୯।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ତାଇ ଆଦର୍ଶ ଥାନା ବାଲିକଣା ପଞ୍ଚାୟତର ବଢ଼େଇପଡ଼ା ଗାଁରେ ପାରିବାରିକ କଳହକୁ କେନ୍ଦ୍ରକରି ବୁଧବାର ରାତିରେ ଏକ ଦୁଃଖଦ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ଗୀତାଞ୍ଜଳି ବିଶ୍ୱାଳ (୩୪)ଜୀବନ୍ତଦଗ୍ଧ ହୋଇଛନ୍ତି। ବୁଧବାର ବିଳମ୍ବିତ ରାତିରେ ପାରିବାରିକ କଳହରୁ ଗୀତାଞ୍ଜଳି ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ଦାମୋଦର ଉଦ୍ୟମ କରି ଗୁରୁତର ହୋଇଛନ୍ତି। ଦାମୋଦରଙ୍କୁ ପରିବାର ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଗୀତାଞ୍ଜଳିଙ୍କ ଭାଇ ଲିପନ ବିଶ୍ୱାଳ ମୋ ଭଉଣୀଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ଥାନାରେ ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ରାଜନଗର ଥାନା କାଳୁପଡା ଗ୍ରାମର ଲିପନଙ୍କ ଭଉଣୀ ଗୀତାଞ୍ଜଳି ୯ ବର୍ଷ ପୂର୍ବେ ବଢ଼େଇପଡ଼ା ଗାଁର ଦାମୋଦରଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ବିବାହର କିଛିଦିନ ପରେ ଶାଶୁଘର ଲୋକେ ଅଧିକ ଯୌତୁକ ଦାବି କରି ନିର୍ଯାତନା ଦେଉଥିଲେ। ଏ ନେଇ ଝିଅଘର ଲୋକେ ଆସି ଆପୋସ ସମାଧାନ କରିଥିଲେ। ବୁଧବାର ବିଳମ୍ବିତ ରାତିରେ ଗୀତାଞ୍ଜଳି ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା କରିଥିବା ଶାଶୁଘର ଲୋକେ କହୁଛନ୍ତି। ହେଲେ ମୃତକଙ୍କ ଭାଇ ଏହାକୁ ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଦର୍ଶାଇ ଗୁରୁବାର ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ଦଫା ୪୯୮ (କ), ୩୦୨, ୩୪ରେ ନଂ.୧୫୧/୨୧ରେ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି। ମହିଳାଙ୍କ ମୃତଦେହକୁ ଜବତ କରି ରଖାଯାଇଛି। ଶୁକ୍ରବାର ବ୍ୟବଚ୍ଛେଦ ପାଇଁ ଆଳି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଯିବ ବୋଲି ପୋଲିସ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri