ନିଆଁରେ ପୋଡ଼ି ହୋଇ ମହିଳା ଜୀବନ୍ତଦଗ୍ଧ

ପଟ୍ଟାମୁଣ୍ତାଇ ୧୯।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ତାଇ ଆଦର୍ଶ ଥାନା ବାଲିକଣା ପଞ୍ଚାୟତର ବଢ଼େଇପଡ଼ା ଗାଁରେ ପାରିବାରିକ କଳହକୁ କେନ୍ଦ୍ରକରି ବୁଧବାର ରାତିରେ ଏକ ଦୁଃଖଦ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ଗୀତାଞ୍ଜଳି ବିଶ୍ୱାଳ (୩୪)ଜୀବନ୍ତଦଗ୍ଧ ହୋଇଛନ୍ତି। ବୁଧବାର ବିଳମ୍ବିତ ରାତିରେ ପାରିବାରିକ କଳହରୁ ଗୀତାଞ୍ଜଳି ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ଦାମୋଦର ଉଦ୍ୟମ କରି ଗୁରୁତର ହୋଇଛନ୍ତି। ଦାମୋଦରଙ୍କୁ ପରିବାର ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଗୀତାଞ୍ଜଳିଙ୍କ ଭାଇ ଲିପନ ବିଶ୍ୱାଳ ମୋ ଭଉଣୀଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ଥାନାରେ ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ରାଜନଗର ଥାନା କାଳୁପଡା ଗ୍ରାମର ଲିପନଙ୍କ ଭଉଣୀ ଗୀତାଞ୍ଜଳି ୯ ବର୍ଷ ପୂର୍ବେ ବଢ଼େଇପଡ଼ା ଗାଁର ଦାମୋଦରଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ବିବାହର କିଛିଦିନ ପରେ ଶାଶୁଘର ଲୋକେ ଅଧିକ ଯୌତୁକ ଦାବି କରି ନିର୍ଯାତନା ଦେଉଥିଲେ। ଏ ନେଇ ଝିଅଘର ଲୋକେ ଆସି ଆପୋସ ସମାଧାନ କରିଥିଲେ। ବୁଧବାର ବିଳମ୍ବିତ ରାତିରେ ଗୀତାଞ୍ଜଳି ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା କରିଥିବା ଶାଶୁଘର ଲୋକେ କହୁଛନ୍ତି। ହେଲେ ମୃତକଙ୍କ ଭାଇ ଏହାକୁ ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଦର୍ଶାଇ ଗୁରୁବାର ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ଦଫା ୪୯୮ (କ), ୩୦୨, ୩୪ରେ ନଂ.୧୫୧/୨୧ରେ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି। ମହିଳାଙ୍କ ମୃତଦେହକୁ ଜବତ କରି ରଖାଯାଇଛି। ଶୁକ୍ରବାର ବ୍ୟବଚ୍ଛେଦ ପାଇଁ ଆଳି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଯିବ ବୋଲି ପୋଲିସ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri