ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ମହିଳା ଗୁରୁତର

ପାଟଣା,୧୦ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଗ୍ରାମର ହାଟ ତୋଟା ସାହିରେ ଶନିବାର ରାତିରେ ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ମହିଳା ହେଲେ ପ୍ରତାପ ବେହେରାଙ୍କ ସ୍ତ୍ରୀ ଶୈଳବାଳା(୫୫)। ତାଙ୍କୁ ପ୍ରଥମେ କେନ୍ଦୁଝର ଓ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାର କରାଯାଇଛି।

ସୂଚନାନୁଯାୟୀ, ଶୈଳବାଳା ଶନିବାର ରାତିରେ ରୋଷେଇ କରୁଥିବା ସମୟରେ ଗ୍ୟାସ ଲିକ୍‌ ହୋଇ ଶାଢ଼ିରେ ନିଆଁ ଲାଗିଯାଇଥିଲା। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri