Posted inଫୁରସତ

ବାର୍ଥ ଡେ’ କେକ୍‌ ଚାଖୁଥିଲେ ମହିଳା, ହଠାତ୍‌ ବାହାରି ଆସିଲା ଦାନ୍ତ, ଭିଡିଓ ଦେଖିଲେ…

ବୃଦ୍ଧାବସ୍ଥା ହେଉଛି ଜୀବନର ସବୁଠାରୁ କଷ୍ଟଦାୟକ ପର୍ଯ୍ୟାୟ। ଯେତେବେଳେ ଜଣେ ବ୍ୟକ୍ତିଙ୍କର ବହୁତ ଅଭିଜ୍ଞତା ଥାଏ କିନ୍ତୁ ସେହି ଅନୁଭୂତିଗୁଡ଼ିକୁ କାର୍ଯ୍ୟକାରୀ କରିବା ପାଇଁ ତାଙ୍କ ପାଖରେ ଶକ୍ତି ନ ଥାଏ, ଏପରି ପରିସ୍ଥିତିରେ ଜଣେ ବ୍ୟକ୍ତିଙ୍କ ଜୀବନରେ ରହିଥିବା ମନୋରଞ୍ଜନ ଭରପୂର ମୁହୂର୍ତ୍ତ କମିଯାଏ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳୁଛି। ଏହି ଭିଡିଓରେ ଜଣେ ବୃଦ୍ଧା କେକ୍‌ କାଟୁଛନ୍ତି। କିନ୍ତୁ ଏହାପୂର୍ବରୁ ସେ ନିଜ କେକ୍‌କୁ ଦାନ୍ତରେ କାମୁଡ଼ିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ସେ ଲଗାଇଥିବା ନକଲି ଦାନ୍ତ ବାହାରକୁ ବାହାରି ଆସିଲା।

 

View this post on Instagram

 

A post shared by ViralHog (@viralhog)

viralhog ନାମକ ଏକ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଭିଡିଓଟି ପୋଷ୍ଟ କରାଯାଇଛି। ଯେଉଁଥିରେ ବୃଦ୍ଧାଙ୍କ ସହ ଏହି ମଜାଳିଆ ଘଟଣାଟି ଘଟିଛି। ତାଙ୍କ ପଛରେ ପରିବାର ଲୋକ ମଧ୍ୟ ଛିଡ଼ା ହୋଇଛନ୍ତି। ବୃଦ୍ଧାଙ୍କ ଦାନ୍ତ ବାହାରି ଆସିବା ସମୟରେ ସମସ୍ତେ ହସୁଛନ୍ତି। ନିଜେ ବୃଦ୍ଧା ଜଣକ ମଧ୍ୟ ଲାଜେଇ କି ଖୁବ୍‌ ହସୁଥିବା ଭିଡିଓରେ ଦେଖିବାକୁ ମିଳିଛି।

ଏହି ଭିଡିଓଟି ୫୪ ହଜାରରୁ ଅଧିକ ଭ୍ୟୁ ପାଇଥିବା ବେଳେ ଅନେକ ଲୋକ ମନ୍ତବ୍ୟ ଦେଇଛନ୍ତି। ଜଣେ ୟୁଜର କହିଛନ୍ତି, ମହିଳା ଜଣକ ବହୁତ ସୁନ୍ଦର ଦେଖାଯାଉଛନ୍ତି। ଅନ୍ୟଜଣେ କହିଛନ୍ତି, କେକ୍‌ ଖଣ୍ଡ କେବଳ ମହିଳାଙ୍କ ନାମରେ ହେବ। ଆଉ ଜଣେ କହିଛନ୍ତି, ଏହା ହସିବା କଥା ନୁହେଁ, ତାଙ୍କର ଅସହାୟତାକୁ ବୁଝିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri