ମରି ପଡ଼ିଥିଲେ ମହିଳା, କୁନିଝିଅ କହିବା ପରେ ଜଣାପଡ଼ିଲା ପୂରା ଘଟଣା

ବଲାଙ୍ଗୀର ଅଫିସ,୨୭ା୧୨: ବଲାଙ୍ଗୀର ସହର ସାଗରପଡ଼ାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସାଗରପଡ଼ା ଶିବ ମନ୍ଦିର ନିକଟ ଘର ଭିତରୁ ଜଣେ ବିଧବା ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ଜଣକ ହେଲେ କୁନି ନାଏକ। ଇନ୍ଦିରାନଗରପଡ଼ାର କୁନିଙ୍କ ପ୍ରାୟ ୪ବର୍ଷ ପୂର୍ବରୁ ସ୍ବାମୀଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ପ୍ରାୟ ୫ବର୍ଷର ଝିଅ ଆର୍ଯ୍ୟା ସହ ସାଗରପଡ଼ାର ଜଣେ ବ୍ୟକ୍ତିଙ୍କ ଗ୍ୟାରେଜ ଘରେ ରହି ଆଖପାଖ ଅଞ୍ଚଳରେ କାମଧନ୍ଦା କରି ଗୁଜୁରାଣ ମେଣ୍ଟାଉଥିଲେ। ସୋମବାର ସକାଳେ ଝିଅ ଆର୍ଯ୍ୟା ପାଖପଡ଼ୋଶୀଙ୍କ ପାଖକୁ ଯାଇ ତାଙ୍କ ମା’ଙ୍କ ମୁହଁରୁ ପୋକ ବାହାରୁଥିବା କହିଥିଲା। ସ୍ଥାନୀୟ ଲୋକେ ଘରଭିତରକୁ ଯିବାରୁ ଘର ଭିତରେ ପ୍ରବଳ ଗନ୍ଧ ହେଉଥିବା ବେଳେ କୁନିଙ୍କ ଗଳିତ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ବଲାଙ୍ଗୀର ଏସ୍‌ଡିପିଓ ତୋଫାନ ବାଗ୍‌ଙ୍କ ନେତୃତ୍ୱରେ ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣା ସମ୍ପର୍କରେ ଖବର ପାଇବା ପରେ ଚାଇଲ୍ଡଲାଇନ୍‌ ସଦସ୍ୟମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି ଝିଅ ଆର୍ଯ୍ୟାଙ୍କୁ ନେଇଥିବା ସୂଚନା ମିଳିଛି। କେତେ ଦିନ ପୂର୍ବରୁ କୁନିଙ୍କ ମୃତ୍ୟୁ ଘଟିଥିଲା ଜଣାପଡ଼ିନାହିଁ। ଘଟଣାଟି ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri