ହେଲମେଟ ଚେକିଂ ବେଳେ ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଯାଁଳା,୬ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଯାଁଳା ଫାଣ୍ଡି ଅଧୀନ ତଳକ୍ଷେତା ନିକଟରେ ଶୁକ୍ରବାର ହେଲମେଟ ଚେକିଂ ବେଳେ ଜଣେ ମହିଳାଙ୍କ ଉପରେ ଟ୍ରକ୍‌ ମାଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ଼ ଜିଲା ବଳରାମ ପ୍ରସାଦ ଅଞ୍ଚଳର ଲକ୍ଷ୍ମୀଧର ରାଉତଙ୍କ ସ୍ତ୍ରୀ ସାମନ୍ତରାୟ ତିଳୋତ୍ତମା ସ୍ବାଇଁ(୩୫)। ସୂଚନା ମୁତାବକ, ଲକ୍ଷ୍ମୀଧର ଓ ତାଙ୍କ ସ୍ତ୍ରୀ ବାଇକ୍‌(ଓଡି ୨୫ଏଚ୍‌ ୦୫୪୩)ରେ ଭୁବନେଶ୍ୱରରୁ ଘରକୁ ଫେରୁଥିଲେ। ତଳକ୍ଷେତା ନିକଟରେ ହେଲମେଟ୍‌ ଚେକିଂ ହେଉଥିବା ବେଳେ ଅପରାହ୍ନ ପ୍ରାୟ ୧ଟାରେ ଟ୍ରାଫିକ୍‌ ପୋଲିସ ସେମାନଙ୍କୁ ଅଟକାଇବା ବେଳେ କୌଣସି କାରଣରୁ ଉଭୟ ପଡ଼ିଯାଇଥିଲେ। ଏହି ସମୟରେ ପଛରୁ ଆସୁଥିବା ଏକ ଟ୍ରକ୍‌(ଓଡି ୨୫ଏଲ୍‌ ୫୨୨୨) ତିଳୋତ୍ତମାଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଯାଁଳା ଫାଣ୍ଡି ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏଥିସହ ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର...

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri