ଯୁବକଙ୍କ ସହ ମହିଳାଙ୍କର ଚାଲିଥିଲା ଲୁଚାଚୋରା ପ୍ରେମ, ଦୁହେଁ ଗୋଟିଏ ଘର ଭିତରେ ଥିବାବେଳେ, ଗ୍ରାମବାସୀ ପହଞ୍ଚି…

ଆନନ୍ଦପୁର,୧୨ା୫(ସୁଶାନ୍ତ କୁମାର ସାହୁ): କଥାରେ ଅଛି, ପ୍ରେମ ଅନ୍ଧ। ଯେତେବେଳେ ପ୍ରେମ ହୁଏ ସେତେବେଳେ ଜଣେ ସବୁ କିଛି ଭୁଲିଯାଏ। ପୁଅ, ଝିଅ, ବାପା, ମା’ , ଘର, ପରିବାର ସବୁ କିଛ। ଯାହାର ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅକରୁଆ ଗ୍ରାମରେ। ଇନ୍‌ଷ୍ଟାଗ୍ରାମରୁ ପ୍ରେମ କରିବା ମହଙ୍ଗା ପଡ଼ିଛି ଜଣେ ଯୁବକଙ୍କ ପାଇଁ। ରାତିସାରା ଯୁବକଙ୍କୁ ଅଟକ ରଖି ଗାଁରେ ବସିଲା ପଞ୍ଚାୟତ। ଖବର ପାଇ ପହଞ୍ଚିଲା ପୋଲିସ। ପଞ୍ଚାୟତରୁ ଯୁବକ ଓ ମହିଳାଙ୍କୁ ଉଠାଇ ନେବାକୁ ପୋଲିସ ଉଦ୍ୟମ କରିବାରୁ ଉତ୍ତେଜନା ପ୍ରକାଶ ପାଇବା ସହ ପୋଲିସ ଗାଡ଼ିକୁ ଅଟକ ରଖିଲେ ଗ୍ରାମବାସୀ । ଏଭଳି ଘଟଣା ଘଟିଛି ହାଟଡିହି ବ୍ଲକ ଆନନ୍ଦପୁର ଥାନା ଅକରୁଆ ଗ୍ରାମରେ। ଗ୍ରାମର ଜଣେ ମହିଳା ୭ ବର୍ଷ ପୂର୍ବେ ବିବାହ କରିଥିବା ବେଳେ ତାଙ୍କର ଗୋଟିଏ ୫ବର୍ଷର ପୁଅ ଅଛି। ଦୁଇ ବର୍ଷ ତଳେ ସୋସୋ ଥାନା ବିଦ୍ୟାଧରପୁର ଗ୍ରାମର ମାନସ ଦେହୁରୀ ନାମକ ଜଣେ ଯୁବକ ସହିତ ଇନ୍‌ଷ୍ଟାଗ୍ରାମ ମାଧ୍ୟମରେ ପ୍ରେମ ସମ୍ପର୍କ ଗଢ଼ିଉଠିଲା। ମହିଳା ସ୍ବାମୀଙ୍କ ଅଜାଣତରେ ବିଭିନ୍ନ ବାହାନା କହି ବନ୍ଧୁଘର ବୁଲିଯିବା ବାହାନାରେ ଯୁବକଙ୍କ ପାଖକୁ ଯାଇ ଶାରୀରିକ ସମ୍ପର୍କ ରଖୁଥିଲେ। ଯୁବକ ଜଣକ ମଧ୍ୟ ମହିଳାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ କରି ଭାଇରାଲ କରିବାର ଭୟ ଦେଖାଇ ମହିଳାଙ୍କୁ ବିଭିନ୍ନ ସ୍ଥାନକୁ ଡକାଇ ବାରମ୍ବାର ଶାରୀରିକ ସମ୍ପର୍କ ରଖି ଆସୁଥିଲେ। ରବିବାର ମହିଳା ଜଣଙ୍କ କଟକ ଯାଇ ଯୁବକଙ୍କ ସହିତ ମିଶିବା ପରେ ରାତିରେ ଯୁବକଙ୍କ ସହିତ ଘରକୁ ଫେରିଥିଲେ। ଘର ଭିତରେ ଉଭୟ କଥାବାର୍ତ୍ତା ହେଉଥିବା ସମୟରେ ପରିବାର ଲୋକେ ବାହାରପଟୁ କବାଟ ବନ୍ଦ କରି ଗାଁ ଲୋକଙ୍କୁ ଡାକିଥିଲେ। ଏନେଇ ରାତିସାରା ଗାଁରେ ପଞ୍ଚାୟତ ବସିଥିଲା। ଯୁବକଙ୍କ ପରିବାର ଲୋକେ ପୋଲିସକୁ ଖବର ଦେଇ ତାଙ୍କ ପୁଅକୁ ଉଦ୍ଧାର କରିବା ପାଇଁ କହିଥିଲେ। ପୋଲିସ ପହଞ୍ଚି ପଞ୍ଚାୟତ ଭିତରେ ବସିଥିବା ମହିଳା ଓ ଯୁବକଙ୍କୁ ଉଠାଇ ଆଣିବାରୁ ଉତ୍ତେଜନା ପ୍ରକାଶ ପାଇବା ସହ ଗାଁ ଲୋକେ ପୋଲିସ ଗାଡ଼ିକୁ ଛାଡ଼ି ନ ଥିଲେ। ରାତି ପାହିବା ପରେ ପୋଲିସ ବାଧ୍ୟ ହୋଇ ଫେରିଯାଇଥିଲା। ମହିଳା ଜଣକ ସ୍ବାମୀ ସହିତ ନ ରହି ପ୍ରେମିକଙ୍କ ପାଖରେ ରହିବେ ବୋଲି କହିବା ପରେ ଚୁକ୍ତିନାମା ଲେଖି ଗ୍ରାମବାସୀ ଯୁବକ ଓ ମହିଳାଙ୍କୁ ଛଡ଼ାଯାଇଛି ବୋଲି ଗ୍ରାମର ମାନସ ମହାଳିକ, ପର୍ଶୁରାମ ମହାଳିକ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?