ସନ୍ତାନ ନ ହେବାରୁ ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା

କପ୍ତିପଦା,୩୦।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ କଳମଗଡ଼ିଆ ପଞ୍ଚାୟତ ଶାରିସୁଆ ଗ୍ରାମରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ କାଟି ହତ୍ୟା କରାଯାଇଛି । ସେ ହେଲେ ଉକ୍ତ ଗ୍ରାମର ଖଇରୀ ମହାନ୍ତ(୪୫)।
ପ୍ରକାଶ ଯେ, ପଡୋଶୀ ଅନୀଲ କୁମାର ମହାନ୍ତ ଓରଫ କାଳିଆ ୧୪ ବର୍ଷ ପୂର୍ବେ ବିବାହ କରିଥିଲେ। ମାତ୍ର ତାଙ୍କର କୌଣସି ସନ୍ତାନ ହେଉ ନ ଥିଲେ। ଏ ନେଇ ସେ ଖଇରୀଙ୍କ ଉପରେ ସନ୍ଦେହ କରୁଥିଲେ। ତେଣୁ ମଙ୍ଗଳବାର ସନ୍ଧ୍ୟାରେ ଖଇରୀ ପାଣି ଆଣିବାକୁ ଗାଁ ନଳକୂଅକୁ ଯାଇଥିଲେ। ଏହି ସମୟରେ ଅନୀଲ ଓ ତାଙ୍କ ସାନ ଭାଇ ବଳରାମ ଏକ ଧାରୁଆ ଅସ୍ତ୍ରରେ ଖଇରୀଙ୍କ ବେକକୁ କାଟି ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲେ । ଖବର ପାଇ ଉଦଳା ଏସ୍‌ଡିପିଓ ଓ ଶରତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ମୃତଦେହ ବ୍ୟବଚ୍ଛେଦ ପାଇଁ ଉଦଳା ପଠାଇଛନ୍ତି । ବାରିପଦାରୁ ସନ୍ଧାନୀ କୁକୁର ସହିତ ସାଇଣ୍ଟିଫିକ୍‌ ଟିମ୍‌ ଆସି ତଦନ୍ତ କରିବା ସହିତ ବିଭିନ୍ନ ନମୁନା ସଂଗ୍ରହ କରି ଫେରିଛନ୍ତି । ଅଭିଯୁକ୍ତଦ୍ବୟ ଫେରାର ଥିବାବେଳେ ସେମାନଙ୍କୁ ଧରିବା ପାଇଁ ଚଢ଼ାଉ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?