ଆସିକାରେ ଚାଞ୍ଚଲ୍ୟ: ସଂକ୍ରାନ୍ତିରେ ପୂଜା ସାରି ମନ୍ଦିରରୁ ଫେରୁଥିବା ବେଳେ ମହିଳାଙ୍କୁ ହତ୍ୟା

ଆସିକା,୧୬ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନାର କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ ଭେଙ୍କଟରାଇପଲ୍ଲୀ ଗ୍ରାମରେ ରବିବାର ସକାଳେ ଶିବମନ୍ଦିର ନିକଟରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ ସେହି ଗ୍ରାମ ସଂଲଗ୍ନ ହରିଡ଼ାପଦର ଗ୍ରାମର ରଞ୍ଜିତା ନାହାକ। ରଞ୍ଜିତା ସଂକ୍ରାନ୍ତି ଲାଗି ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରି ଫେରୁଥିଲା ବେଳେ ଅଭିଯୁକ୍ତ ଜଣକ ଏକ ଲୁହାରଡ୍‌ରେ ତାଙ୍କ ମୁଣ୍ଡକୁ ପ୍ରହାର କରିଥିଲେ ା ଘଟଣାସ୍ଥଳରେ ହିଁ ରଞ୍ଜିତାଙ୍କ ପ୍ରାଣହାନି ଘଟିଥିଲା ା ତେବେ ଏହି ହତ୍ୟା ଘଟଣା ପରେ ଅଭିଯୁକ୍ତ ଜଣକ ଫେରାର୍‌ ହୋଇଯାଇଥିବା ଜଣାପଡ଼ିଛି ା ଖବର ପାଇ ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଥାନାଧିକାରୀ ପ୍ରଶାନ୍ତ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ଆସିକା ସରକାରୀ ଡାକ୍ତରଖାନାକୁ ପଠାଇଛନ୍ତି। ପୂର୍ବ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ରଞ୍ଜିତାଙ୍କୁ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଥାନାଧିକାରୀ ସୂଚନା ଦେଇଛନ୍ତି। ଘଟଣା ସମ୍ପର୍କରେ ରଞ୍ଜିତାଙ୍କ ସ୍ବାମୀ ସୁଦାମ ନାହାକ ଆସିକା ଥାନାରେ ଅଭିଯୋଗ କରିଛନ୍ତି ା ପୋଲିସ ପକ୍ଷରୁ ଏହି ଅଭିଯୋଗକୁ ଭିତ୍ତିକରି ଆସିକା ଥାନାରେ ୪୧୩/୨୦ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri