ଜମିରେ ଶୋଇଥିଲେ ମହିଳା, ଦଳିଦେଲା ହାତୀ

ରାଇଘର, ୨୩।୧୨(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନା ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଛତିଶଗଡ଼ରୁ ଏକ ହାତୀପଲ ଉକ୍ତ ଅଞ୍ଚଳକୁ ପଶିଆସିଛନ୍ତି। ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଖୁଡୁକ ଗ୍ରାମର ରାମସୁ ବାଇ ଗଣ୍ଡ।
ବନ ବିଭାଗ ସୂଚନାନୁଯାୟୀ, ରାମସୁ ଫସଲ ଜଗିବାକୁ ତାଙ୍କ ଚାଷ ଜମିରେ କୁଡ଼ିଆ କରି ସବୁଦିନ ଶୋଉଥିଲେ। ଗୁରୁବାର ମଧ୍ୟ ସେ ସେଠାକୁ ଶୋଇବାକୁ ଯାଇଥିଲେ। ରାତି ପ୍ରାୟ ୧ଟାରୁ ୨ଟା ମଧ୍ୟରେ ୩୦ରୁ ଊର୍ଦ୍ଧ୍ୱ ହାତୀ ଛତିଶଗଡ଼ ଆଡ଼ୁ ପଶିଆସିଥିଲେ। ରାମସୁ ଜମିରେ ଥିବା କୁଡ଼ିଆରେ ଶୋଇଥିବା ବେଳେ ହାତୀ ତାଙ୍କୁ ଦଳିଦେଇଥିଲା। ଏଥିରେ ରାମସୁଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଜମିରେ ପଡ଼ିଥିଲା। ଚାଷୀ ଲଖନ କଲାର ଓ ଶୁକଦେବ ଗଣ୍ଡ ଅମଳକରି ରଖିଥିବା ମକା ଓ ଧାନ ଫସଲକୁ ହାତୀପଲ ଦଳି ଚକଟି ନଷ୍ଟ କରିଦେଇଥିଲେ। ଉଭୟ ଚାଷୀଙ୍କ ୨୦ରୁ ଊର୍ଦ୍ଧ୍ୱ ଏକର ଜମିର ଅମଳ ନଷ୍ଟ କରିବା ସହ କ୍ଷେତରେ ଥିବା ୨ଟି କୁଡ଼ିଆକୁ ଭାଙ୍ଗି ଦେଇଛନ୍ତି। ଖବର ପାଇ ଶୁକ୍ରବାର ସକାଳେ ବନ ବିଭାଗ, ପୋଲିସ, ଡାକ୍ତରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ମୃତକଙ୍କ ପରିବାର ଓ କ୍ଷତିଗ୍ରସ୍ତ ଚାଷୀଙ୍କ କ୍ଷତିପୂରଣ ଦେବାକୁ ସନରାଜ ଗଣ୍ଡଙ୍କ ସମେତ ଅଞ୍ଚଳବାସୀ ଦାବି କରିଛନ୍ତି। କୁନ୍ଦେଇ ଥାନା ପୋଲିସ କେସ୍‌ ନଂ. ୩୩/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। କୁନ୍ଦେଇ ବନପାଳ ଯସ୍ମିନରାଣୀ କୁସ୍‌କାଙ୍କୁ ପଚାରିବାରୁ ବନ ବିଭାଗ ପକ୍ଷରୁ ଅନ୍ତିମ ସତ୍କାର ପାଇଁ ୧୦ ହଜାର ଟଙ୍କା ଦିଆଯାଇଛି। ପରେ ମୃତକଙ୍କ ପରିବାରକୁ ସରକାରୀ ସହାୟତାଭାବେ ୬ଲକ୍ଷ ଟଙ୍କା ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri