ସ୍ବାମୀ ମୃତ୍ୟୁ ଖବର ଶୁଣି ଟଳିପଡ଼ିଲେ ସ୍ତ୍ରୀ

ଯାଜପୁର ସଦର,୫।୪(ଡି.ଏନ୍‌.ଏ): ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣିବା କ୍ଷଣି ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ଯାଜପୁର ସଦର ଥାନା ଅନ୍ତର୍ଗତ ମହେଶ୍ୱରପୁର ପଞ୍ଚାୟତର ବରମପୁର ଗ୍ରାମରେ। ଘଟଣାରୁ ପ୍ରକାଶ ବରମପୁରର ଉଦୟନାଥ ଷଡଙ୍ଗୀ(୫୮) ନିକଟସ୍ଥ ହରିପୁର ବଜାରରୁ ଜିନିଷପତ୍ର କିଣି ଶନିବାର ରାତି ୧୦ଟାରେ ଘରକୁ ଫେରିବା ବାଟରେ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରି ସେ ତଳେ ପଡ଼ିଯାଇଥିଲେ। ତାଙ୍କୁ କଟକ ବଡ଼ଡାକ୍ତରଖାନା ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ବାମୀଙ୍କ ମୃତ୍ୟୁ ଖବର ପାଇ ସ୍ତ୍ରୀ ଅମ୍ବିକା (୫୪) ଘରେ ଚେତାଶୂନ୍ୟ ହୋଇଯାଇଥିଲେ। ଡାକ୍ତରଖାନା ନେବା ବେଳକୁ ତାଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri